ପଥରାରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ଖଲ୍ଲିକୋଟ,୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପଥରା ପଞ୍ଚାୟତ ମଝିସାହି ଛକରେ ଶୁକ୍ରବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ଜୀବନ ଯାଇଛି। ମୃତକ ହେଲେ ପିଣ୍ଟୁ ଦାସ (ପିଙ୍କୁ)। ଅନ୍ୟ ୬ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ପଥରା ପଞ୍ଚାୟତରେ ଥିବା ଦେଶୀ ମଦ ଭେଣ୍ଡର ଏବଂ ଚୋରା ବେପାରୀଙ୍କ ମଧ୍ୟରେ ଲାଗି ରହିଥିବା ପୂର୍ବ ଶତ୍ରୁତାରୁ ଏପରି ସଂଘର୍ଷ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।ପଥରା ଓଡ଼ିଆ ସାହିର ଧନୁ ପଲେଇ ଗାଁରେ ଥିବା ଏକ ସରକାରୀ ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟି ଚଳାଉଥିଲେ। ଲକ୍‌ଡାଉନ୍‌ ଯୋଗୁ ସରକାରୀ ଭାଟି ବନ୍ଦ ପରେ ଗାଁରେ ଚୋରାମଦ ବେପାର ବଢିଥିଲା। ଜୁଲାଇ ୧ରୁ ସରକାର ମଦ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେବାପରେ ଚୋରା ବେପାରୀଙ୍କ କାରବାର ବନ୍ଦ ହୋଇଯାଇଥିଲା। ଏନେଇ ଉଭୟ ପକ୍ଷ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା।ମଝିସାହି ଛକରେ ଥିବା ମଣ୍ଡପରେ ରାତି ପ୍ରାୟ ୯ଟାରେ ଖଟିଆ ସାହିର ପିଣ୍ଟୁ ଦାସ, ରଞ୍ଜନ ଭାଙ୍ଗ, ଧ୍ରୁବ ଟହଲ, ସୁମନ ସୁବୁଦ୍ଧି ଓ ସଞ୍ଜୟ ସୁବୁଦ୍ଧି ବସିଥିଲେ। ପଥରା ଓଡ଼ିଆ ସାହିର ଧନୁ ପଲେଇ ଏବଂ ତାଙ୍କ ସହଯୋଗୀ ସେଠାରେ ପହଞ୍ଚତ୍ବା ପରେ କୌଣସି ବିଷୟକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ପରେ ଖଣ୍ଡା କାତିରେ ପରସ୍ପରକୁ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ପହଞ୍ଚତ୍ ଆହତମାନଙ୍କୁ ଖଲ୍ଲିକୋଟ ଡ଼ାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ପିଣ୍ଟୁଙ୍କୁ ମୃତ ଘୋଷଣା କରିଥିଲେ। ରଞ୍ଜନଙ୍କ ଅବସ୍ଥା ଗୁରୁତର ଥିବାରୁ ପରିବାର ଲୋକେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ନେଇଛନ୍ତି। ସେହିପରି ଧ୍ରୁବ, ସୁମନ, ଧନୁ, ତୋଫାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଶନିବାର ଗ୍ରାମରେ ଉତ୍ତେଜନା ଲାଗିରହିଛି। ଖଟିଆ ସାହିର ଶତାଧିକ ମହିଳା, ପୁରୁଷ ଗାଁ ମୁଖ୍ୟରାସ୍ତା ଅବରୋଧ କରି ରଖିଛନ୍ତି। ଛତ୍ରପୁର ଆଡିସନାଲ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଏସ୍‌ଡିପିଓ ଗୌତମ କିଷାନ, ଖଲ୍ଲିକୋଟ ଥାନାଧିକାରୀ ସତ୍ୟରଞ୍ଜନ ପ୍ରଧାନ ୨ ପ୍ଲାଟୁନ୍‌ ଫୋର୍ସ ସହ ଗଁାରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରୁଛନ୍ତି। ଖଲ୍ଲିକୋଟ ପୋଲିସ ମାମଲା (ନଂ.୨୬୭/୨୦) ରୁଜୁକରି ୪ଜଣଙ୍କୁ ଗିରଫ କରିଛି। ମଝିସାହି ଛକରେ ଥିବା କେତେକ କ୍ୟାବିନ୍‌କୁ ଉତ୍ତ୍ୟକ୍ତ ଲୋକେ ଭାଙ୍ଗି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri