ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ: ୩ ଗୁରୁତର

ଦିଗପହଣ୍ଡି,୬।୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ରୋଡ୍‌ସ୍ଥିତ ସନ୍ଥ ନିରାକାରୀ ସତ୍‌ସଙ୍ଗ ନିକଟରେ ରବିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଦିଗପହଣ୍ଡି ସାହାଣୀ ସାହିର ୩ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ସୀମା ଦାସ, ଶିବ ଦାସ ଓ ଦିଲ୍ଲୀ ଦାସ । ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ଖବର ପାଇ ଦିଗପହଣ୍ଡି ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା ହସ୍ପିଟାଲରେ ପହଞ୍ଚି ଘଟଣା ଅନୁସନ୍ଧାନ କରିଛନ୍ତି। ଅଭିଯୋଗ ପରେ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି କହିଛନ୍ତି।

ଘଟଣାର କାରଣ ସ୍ପଷ୍ଟ ଜଣାପଡ଼ି ନ ଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଥିବା ପୂର୍ବ ଶତ୍ରୁତାରୁ ଏଭଳି ସଂଘର୍ଷ ଘଟିଥିବା ଆଲୋଚନା ହେଉଛି। ମିଳିଥିବା ସୂଚନା ମୁତାବକ, ସାହାଣୀ ସାହିର କାଳୀମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସୀମା ଦାସ, ଶିବ ଦାସ ଓ ଦିଲ୍ଲୀ ଦାସଙ୍କ ସମେତ ଅନ୍ୟ କେତେଜଣ ଯୁବକ ଚକାତେନ୍ତୁଳି ନିକଟ ଏକ କୁକୁଡ଼ା ଫର୍ମ ମାଲିକଙ୍କ ପାଖକୁ ସହାୟତା ପାଇଁ ଯାଇଥିଲେ। ସେଠାରୁ ସନ୍ଧ୍ୟାରେ ଫେରୁଥିବା ବେଳେ ଦିଗପହଣ୍ଡି ସନ୍ଥନିରାକାରୀ ସତ୍‌ସଙ୍ଗ ଗୃହଠାରେ ପୂର୍ବ ଯୋଜନା ମୁତାବକ ୧୦ରୁ ୧୫ ଜଣ ଯୁବକ ଲୁହାରଡ୍‌ରେ ସେମାନଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ୩ ଜଣ ଗୁରୁତର ହୋଇପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri