ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ: ୩ ଗୁରୁତର

ଦିଗପହଣ୍ଡି,୬।୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ରୋଡ୍‌ସ୍ଥିତ ସନ୍ଥ ନିରାକାରୀ ସତ୍‌ସଙ୍ଗ ନିକଟରେ ରବିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଦିଗପହଣ୍ଡି ସାହାଣୀ ସାହିର ୩ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ସୀମା ଦାସ, ଶିବ ଦାସ ଓ ଦିଲ୍ଲୀ ଦାସ । ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ଖବର ପାଇ ଦିଗପହଣ୍ଡି ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା ହସ୍ପିଟାଲରେ ପହଞ୍ଚି ଘଟଣା ଅନୁସନ୍ଧାନ କରିଛନ୍ତି। ଅଭିଯୋଗ ପରେ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି କହିଛନ୍ତି।

ଘଟଣାର କାରଣ ସ୍ପଷ୍ଟ ଜଣାପଡ଼ି ନ ଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଥିବା ପୂର୍ବ ଶତ୍ରୁତାରୁ ଏଭଳି ସଂଘର୍ଷ ଘଟିଥିବା ଆଲୋଚନା ହେଉଛି। ମିଳିଥିବା ସୂଚନା ମୁତାବକ, ସାହାଣୀ ସାହିର କାଳୀମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସୀମା ଦାସ, ଶିବ ଦାସ ଓ ଦିଲ୍ଲୀ ଦାସଙ୍କ ସମେତ ଅନ୍ୟ କେତେଜଣ ଯୁବକ ଚକାତେନ୍ତୁଳି ନିକଟ ଏକ କୁକୁଡ଼ା ଫର୍ମ ମାଲିକଙ୍କ ପାଖକୁ ସହାୟତା ପାଇଁ ଯାଇଥିଲେ। ସେଠାରୁ ସନ୍ଧ୍ୟାରେ ଫେରୁଥିବା ବେଳେ ଦିଗପହଣ୍ଡି ସନ୍ଥନିରାକାରୀ ସତ୍‌ସଙ୍ଗ ଗୃହଠାରେ ପୂର୍ବ ଯୋଜନା ମୁତାବକ ୧୦ରୁ ୧୫ ଜଣ ଯୁବକ ଲୁହାରଡ୍‌ରେ ସେମାନଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ୩ ଜଣ ଗୁରୁତର ହୋଇପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?