ଦୁର୍ଘଟଣାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): ଦୁର୍ଘଟଣାକୁ କେନ୍ଦ୍ର କରି ଆନନ୍ଦପୁର ସହରରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦର ସୂତ୍ରପାତ ହୋଇଛି। ଉଭୟପକ୍ଷର ଆଭିଯୋଗକୁ ଆଧାର କରି ଆନନ୍ଦପୁର ପୋଲିସ ଦୁଇଟି ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାକ୍ରମରେ ଆନନ୍ଦପୁର ପୌରପରିଷଦ ୪ ନଂ ଓାର୍ଡ଼ର ରବିନ୍ଦ୍ର କୁମାର ସାହୁଙ୍କ ଝିଅ ପାଠ ପଢୁଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଛୁଟି ହେବା ପରେ ୪ଟାରେ ଘରକୁ ଫେରିବା ସମୟରେ ସେକ୍‌ ଲାଲଟୁ ନାମକ ଜଣେ ବଙ୍ଗୀୟ ମିସ୍ତ୍ରୀଙ୍କ ବାଇକ୍‌ ଧକ୍କାରେ ଆହତ ହୋଇଥିଲେ। ସଂମ୍ପୃକ୍ତ ବଙ୍ଗୀୟ ମିସ୍ତ୍ରୀ ବାଇକ୍‌ ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଆହତ ଅବସ୍ଥାରେ ନାବାଳିକାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଏଭଳି ଘଟଣାକୁ ନେଇ ଆନନ୍ଦପୁରର ଦୁଇ ଗୋଷ୍ଠୀ ମଧ୍ୟରେ ବାକ୍‌ ଯୁଦ୍ଧ ସହିତ ବିବାଦର ସୂତ୍ରପାତ ହୋଇଥିଲା। ଦୁର୍ଘଟଣାର ଶିକାର ହୋଇଥିବା ନାବାଳିକାଙ୍କ ଘରକୁ ଯାଇ କିଛି ଯୁବକ ପରିବାରବର୍ଗଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ଆଧାରରେ ଆନନ୍ଦପୁର ଥାନା କେସ୍‌ ନଂ ୨୮୮/୨୨ରେ ୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ସେହିଭଳି ବାଇକ୍‌ ଦୁର୍ଘଟଣା ଘଟାଇଥିବା ବଙ୍ଗୀୟ ଯୁବକ ଲାଲଟୁ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିବା ନାବାଳିକାଙ୍କ ପରିବାରବର୍ଗଙ୍କ ଆକ୍ରମଣର ଶିକାର ହୋଇଥିବା ନେଇ ପାଲଟା ଅଭିଯୋଗ ହୋଇଛି। କେସ୍‌ ନଂ ୨୮୯/୨୨ରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri