ଦୁର୍ଘଟଣାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): ଦୁର୍ଘଟଣାକୁ କେନ୍ଦ୍ର କରି ଆନନ୍ଦପୁର ସହରରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦର ସୂତ୍ରପାତ ହୋଇଛି। ଉଭୟପକ୍ଷର ଆଭିଯୋଗକୁ ଆଧାର କରି ଆନନ୍ଦପୁର ପୋଲିସ ଦୁଇଟି ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାକ୍ରମରେ ଆନନ୍ଦପୁର ପୌରପରିଷଦ ୪ ନଂ ଓାର୍ଡ଼ର ରବିନ୍ଦ୍ର କୁମାର ସାହୁଙ୍କ ଝିଅ ପାଠ ପଢୁଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଛୁଟି ହେବା ପରେ ୪ଟାରେ ଘରକୁ ଫେରିବା ସମୟରେ ସେକ୍‌ ଲାଲଟୁ ନାମକ ଜଣେ ବଙ୍ଗୀୟ ମିସ୍ତ୍ରୀଙ୍କ ବାଇକ୍‌ ଧକ୍କାରେ ଆହତ ହୋଇଥିଲେ। ସଂମ୍ପୃକ୍ତ ବଙ୍ଗୀୟ ମିସ୍ତ୍ରୀ ବାଇକ୍‌ ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଆହତ ଅବସ୍ଥାରେ ନାବାଳିକାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଏଭଳି ଘଟଣାକୁ ନେଇ ଆନନ୍ଦପୁରର ଦୁଇ ଗୋଷ୍ଠୀ ମଧ୍ୟରେ ବାକ୍‌ ଯୁଦ୍ଧ ସହିତ ବିବାଦର ସୂତ୍ରପାତ ହୋଇଥିଲା। ଦୁର୍ଘଟଣାର ଶିକାର ହୋଇଥିବା ନାବାଳିକାଙ୍କ ଘରକୁ ଯାଇ କିଛି ଯୁବକ ପରିବାରବର୍ଗଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ଆଧାରରେ ଆନନ୍ଦପୁର ଥାନା କେସ୍‌ ନଂ ୨୮୮/୨୨ରେ ୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ସେହିଭଳି ବାଇକ୍‌ ଦୁର୍ଘଟଣା ଘଟାଇଥିବା ବଙ୍ଗୀୟ ଯୁବକ ଲାଲଟୁ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିବା ନାବାଳିକାଙ୍କ ପରିବାରବର୍ଗଙ୍କ ଆକ୍ରମଣର ଶିକାର ହୋଇଥିବା ନେଇ ପାଲଟା ଅଭିଯୋଗ ହୋଇଛି। କେସ୍‌ ନଂ ୨୮୯/୨୨ରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?