ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି ଉପୁଜିଥିବା ଏହି ସଂଘର୍ଷରେ ୧୨ଜଣ ଆହତ ହୋଇଥିବା ଜଣାଯାଇଛି। ଏହି ଘଟଣା ପରେ ଗ୍ରାମରେ ଉତ୍ତେଜନା ଦେଖା ଦେଇଥିବାରୁ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଖବରରୁ ଜଣାଯାଇଛି ଯେ, ଦୋଳ ପୂର୍ଣ୍ଣିମା ବାରୋରେ କୁମ୍ଭ ମେଳଣ ଅନୁଷ୍ଠିତ ହୋଇଥିଲା। ଏହି ମେଳଣରେ ଯୋଗ ଦେବା ପାଇଁ ଖରିଦାପାଟଣା ଗ୍ରାମର ଗୋପାଳମାନେ ଶୋଭାଯାତ୍ରାରେ ଡିଜେ ନେଇ ବାହାରିଥିଲେ। ଡିଜେକୁ ଗ୍ରାମର କିଛି ବିରୋଧ କରିବାରୁ ଶୋଭାଯାତ୍ରାରେ ଡିଜେ ସାମିଲ ହୋଇ ନ ଥିଲା। ତେବେ ବୁଧବାର ସକାଳେ ଗ୍ରାମରେ ରଙ୍ଗ ଖେଳ ଚାଲିଥିବା ବେଳେ ଡିଜେ ବଜା ଯିବାରୁ କେତେକ ଏହାକୁ ବିରୋଧ କରିଥିଲେ। ଯାହାଫଳରେ ଉତ୍ତେଜନା ଦେଖାଦେଇଥିଲା ଓ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଉପୁଜିଥିଲା। ଏଥିରେ ଉଭୟ ଗୋଷ୍ଠୀ ୧୨ଜଣ ଆହତ ହୋଇଥିଲେ। ପରେ ସେମାନଙ୍କୁ ଚିକିତ୍ସା ନିମନ୍ତେ ତିହିଡ଼ି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତିହିଡ଼ି ଥାନାରେ ଉଭୟ ଗୋଷ୍ଠୀ ପକ୍ଷରୁ ଏନେଇ ଅଭିଯୋଗ ହୋଇଥିବା ଜଣାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?