ଦେହ ବ୍ୟବସାୟ ଟଙ୍କାକୁ ନେଇ ଗୋଷ୍ଠୀ ସଂଘର୍ଷ

ଭୁବନେଶ୍ୱର,୧୪।୩(ବ୍ୟୁରୋ):କ୍ୟାପିଟାଲ ହସ୍ପିଟାଲ ପୋଷ୍ଟମର୍ଟମ ୱାର୍ଡ ପଛପଟ ରାସ୍ତାରେ ସୋମବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ଢ଼େଲା ପଥର ମାଡ଼ରେ ଅନ୍ୟଏକ ଗୋଷ୍ଠୀର ଏକ କାର୍‌ (ଓଡି୦୨ବିୟୁ୦୪୩୬) ଚେପା ହେବା ସହ କାଚ ଭାଙ୍ଗିଯାଇଛି। ଏଥିସହ ଧସ୍ତାଧସ୍ତି ଓ ଢ଼େଲାପଥର ମାଡ଼ରେ କାର୍‌ରେ ଥିବା ୨ଜଣ ଆହତ ହୋଇଛନ୍ତି। ସେମାନେ ଲକ୍ଷ୍ମୀସାଗର ଅଞ୍ଚଳର ବୋଲି ସୂଚନା ମିଳିଛି। ପ୍ରାଥମିକ ଚିକିତ୍ସା ପରେ ଆହତଦ୍ୱୟ ଘରକୁ ଚାଲିଯାଇଥିବାବେଳେ ଏନେଇ କ୍ୟାପିଟାଲ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ଅନ୍ୟପକ୍ଷରେ ୨ଜଣ ଯୁବକ ଘଟଣାସ୍ଥଳ ବାଇକ ଛାଡ଼ି ଫେରାର ହୋଇଯାଇଛନ୍ତି। ତେବେ ଦେହ ବ୍ୟବସାୟରେ ଟଙ୍କା ନେଣଦେଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିବା ଜଣାପଡିଛି। ଏପରିକି କାର୍‌ରେ ଥିବା ୨ ଦେହଜୀବୀ ଦୌଡ଼ି ପଳାଇଥିଲେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଆକ୍ରମଣକାରୀ ଯୁବକ ଦ୍ୱୟ ଗ୍ରାହକ ବୋଲି ସୂଚନା ମିଳିଛି। ଥାନାଧିକାରୀ ପଦ୍ମନାଭ ପ୍ରଧାନ କହିଛନ୍ତି, ଟଙ୍କା କାରବାରକୁ ନେଇ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଏନେଇ ଥାନାରେ ଅଭିଯୋଗ ହେଲେ ତଦନ୍ତ କରାଯିବ ବୋଲି ସେ କହିଛନ୍ତି।
ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୪ଟା ୩୦ରୁ ୫ଟା ମଧ୍ୟରେ ଉକ୍ତ ସ୍ଥାନରେ ଏକ କାର୍‌ ଦୀର୍ଘ ସମୟ ଧରି ଅଟକି ରହିଥିଲା। ହଠାତ୍‌ ୨ଜଣ ଯୁବକ ଏକ ବାଇକ୍‌ରେ ସେମାନଙ୍କ ପାଖକୁ ଆସି ଯୁକ୍ତିତର୍କ କରିଥିଲେ। ଉଭୟ ଗୋଷ୍ଠୀ ମଧ୍ୟ ଧସ୍ତାଧସ୍ତି ହେବା ପରେ ପରିସ୍ଥିତି ଅଣାୟତ ହୋଇ ପଡ଼ିଥିଲା। ୨ଜଣ ଯୁବକ ଢ଼େଲା ଓ ପଥର ଆଣି କାର୍‌କୁ ଫୋପାଡ଼ିଥିଲେ। ଏନେଇ ଖବର ମିଳିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ହେଲେ ସେତେବେଳକୁ ୨ଯୁବକ ସେଠାରୁ ପଳାଇଯାଇଥିଲେ। ପୋଲିସ ଘଟଣସ୍ଥଳରେ ଥିବା ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରି ଫେରି ଆସିଥିଲା। ତେବେ ଆହତଦ୍ୱୟଙ୍କ ନାଁରେ ପୂର୍ବରୁ ମାମଲା ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri