ଦେହ ବ୍ୟବସାୟ ଟଙ୍କାକୁ ନେଇ ଗୋଷ୍ଠୀ ସଂଘର୍ଷ

ଭୁବନେଶ୍ୱର,୧୪।୩(ବ୍ୟୁରୋ):କ୍ୟାପିଟାଲ ହସ୍ପିଟାଲ ପୋଷ୍ଟମର୍ଟମ ୱାର୍ଡ ପଛପଟ ରାସ୍ତାରେ ସୋମବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ଢ଼େଲା ପଥର ମାଡ଼ରେ ଅନ୍ୟଏକ ଗୋଷ୍ଠୀର ଏକ କାର୍‌ (ଓଡି୦୨ବିୟୁ୦୪୩୬) ଚେପା ହେବା ସହ କାଚ ଭାଙ୍ଗିଯାଇଛି। ଏଥିସହ ଧସ୍ତାଧସ୍ତି ଓ ଢ଼େଲାପଥର ମାଡ଼ରେ କାର୍‌ରେ ଥିବା ୨ଜଣ ଆହତ ହୋଇଛନ୍ତି। ସେମାନେ ଲକ୍ଷ୍ମୀସାଗର ଅଞ୍ଚଳର ବୋଲି ସୂଚନା ମିଳିଛି। ପ୍ରାଥମିକ ଚିକିତ୍ସା ପରେ ଆହତଦ୍ୱୟ ଘରକୁ ଚାଲିଯାଇଥିବାବେଳେ ଏନେଇ କ୍ୟାପିଟାଲ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ଅନ୍ୟପକ୍ଷରେ ୨ଜଣ ଯୁବକ ଘଟଣାସ୍ଥଳ ବାଇକ ଛାଡ଼ି ଫେରାର ହୋଇଯାଇଛନ୍ତି। ତେବେ ଦେହ ବ୍ୟବସାୟରେ ଟଙ୍କା ନେଣଦେଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିବା ଜଣାପଡିଛି। ଏପରିକି କାର୍‌ରେ ଥିବା ୨ ଦେହଜୀବୀ ଦୌଡ଼ି ପଳାଇଥିଲେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଆକ୍ରମଣକାରୀ ଯୁବକ ଦ୍ୱୟ ଗ୍ରାହକ ବୋଲି ସୂଚନା ମିଳିଛି। ଥାନାଧିକାରୀ ପଦ୍ମନାଭ ପ୍ରଧାନ କହିଛନ୍ତି, ଟଙ୍କା କାରବାରକୁ ନେଇ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଏନେଇ ଥାନାରେ ଅଭିଯୋଗ ହେଲେ ତଦନ୍ତ କରାଯିବ ବୋଲି ସେ କହିଛନ୍ତି।
ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୪ଟା ୩୦ରୁ ୫ଟା ମଧ୍ୟରେ ଉକ୍ତ ସ୍ଥାନରେ ଏକ କାର୍‌ ଦୀର୍ଘ ସମୟ ଧରି ଅଟକି ରହିଥିଲା। ହଠାତ୍‌ ୨ଜଣ ଯୁବକ ଏକ ବାଇକ୍‌ରେ ସେମାନଙ୍କ ପାଖକୁ ଆସି ଯୁକ୍ତିତର୍କ କରିଥିଲେ। ଉଭୟ ଗୋଷ୍ଠୀ ମଧ୍ୟ ଧସ୍ତାଧସ୍ତି ହେବା ପରେ ପରିସ୍ଥିତି ଅଣାୟତ ହୋଇ ପଡ଼ିଥିଲା। ୨ଜଣ ଯୁବକ ଢ଼େଲା ଓ ପଥର ଆଣି କାର୍‌କୁ ଫୋପାଡ଼ିଥିଲେ। ଏନେଇ ଖବର ମିଳିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ହେଲେ ସେତେବେଳକୁ ୨ଯୁବକ ସେଠାରୁ ପଳାଇଯାଇଥିଲେ। ପୋଲିସ ଘଟଣସ୍ଥଳରେ ଥିବା ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରି ଫେରି ଆସିଥିଲା। ତେବେ ଆହତଦ୍ୱୟଙ୍କ ନାଁରେ ପୂର୍ବରୁ ମାମଲା ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?