ସମୂହ ଇସ୍ତଫା ଦେଲେ ପ୍ରାଣୀ ଚିକିତ୍ସକ

କେନ୍ଦୁଝର,୪ା୫(ସ୍ବ.ପ୍ର.): ପ୍ରାଣୀ ଚିକିତ୍ସକଙ୍କ ୧୦ ଦଫା ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଗୁରୁବାର ଚରମ ସୀମାରେ ପହଞ୍ଚିଛି। ସେମାନେ ଆଜି ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ ଦ୍ୱାରା ମତ୍ସ୍ୟ ଓ ପଶୁପାଳନ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଦାବିପତ୍ର ଦେଇ ସମୂହ ଇସ୍ତଫା ପ୍ରଦାନ କରିଛନ୍ତି। ଦାବି ପୂରଣ ନ ହେବାରୁ ସେମାନେ ବାଧ୍ୟ ହୋଇ ଏଭଳି ଚରମ ନିଷ୍ପତ୍ତି ନେଇଥିବା କହିଛନ୍ତି। ଆଜି ଡାକ୍ତର ବିଜୟ କୁମାର ସେଠୀ ଓ ଡାକ୍ତର ସୁଶାନ୍ତ କୁମାର ସିଂଙ୍କ ନେତୃତ୍ୱରେ ଦସ୍ତଖତ ସମ୍ବଳିତ ଇସ୍ତଫାପତ୍ର ପ୍ରଦାନ କରାଯାଇଛି। ଦୀର୍ଘଦିନର ଦାବିଗୁଡ଼ିକ ପ୍ରତି ସରକାରଙ୍କ ଚରମ ଅବହେଳା ପ୍ରତିବାଦରେ ଜିଲାର ପ୍ରାଣୀ ଚିକିତ୍ସକମାନେ ଫେବୃୟାରୀ ୧ରୁ କମ୍ପ୍ୟୁଟରୀକରଣ କାର୍ଯ୍ୟକଳାପ ବନ୍ଦ ଥିଲା। ସରକାର ସଂଘକୁ ଆଲୋଚନାକୁ ନ ଡାକି ଆକ୍ରୋଶମୂଳକ ଭାବେ ପଦକ୍ଷେପ ଗ୍ରହଣ କରିବାରୁ ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା ସଂଘ ଏଭଳି ନିଷ୍ପତ୍ତି ନେଇଛନ୍ତି। କେନ୍ଦୁଝର ଜିଲାରେ ଥିବା ୪୦ ଜଣ ପ୍ରାଣୀସମ୍ପଦ ଡାକ୍ତର ସମୂହ ଇସ୍ତଫା ଦେଇଥିବାରୁ ଆଗାମୀ ଦିନରେ ପ୍ରାଣୀ ଚିକିତ୍ସା ଏକପ୍ରକାର ଠପ୍‌ ହେବା ପରିସ୍ଥିତି ସୃଷ୍ଟି କରିଛି। ଦାବିଗୁଡିକ ମଧ୍ୟରେ ବେତନ ଏବଂ କ୍ୟାରିୟର ଅଗ୍ରଗତି କ୍ଷେତ୍ରରେ ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଏଲୋପାଥିକ ଡାକ୍ତରମାନଙ୍କ ସହିତ ସମ୍ପୂର୍ଣ୍ଣ ଭାବରେ ସମକକ୍ଷ କରିବା, କ୍ୟାଡର ପୁନର୍ଗଠନ, ପ୍ରାଣୀ ଚିକିତ୍ସା ବିଭାଗରେ ସେବା ଯୋଗାଣ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିବାକୁ ପ୍ରାଣୀ ଚିକିତ୍ସକମାନେ ଦୀର୍ଘଦିନ ଧରି ଦାବି କରି ଆସୁଛନ୍ତି। ସାଂପ୍ରତିକ ଭେଟେନାରୀ କ୍ୟାଡରରେ ଗୁରୁତର ଅସଙ୍ଗତି ରହିଛି, ଯେଉଁଠାରେ ନୂଆ କରି ଯୋଗ ଦେଉଥିବା ପ୍ରାଣୀ ଚିକିତ୍ସକମାନେ ୨୫ବର୍ଷରୁ ଅଧିକ ସମୟ ପରେ ସେମାନଙ୍କ ପରବର୍ତ୍ତୀ ପଦୋନ୍ନତି ପାଇବେ ବୋଲି ପ୍ରାଣୀ ସମ୍ପଦ ଡାକ୍ତରମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri