କାର୍ଯ୍ୟକ୍ଷମ ହୋଇପାରୁନାହିଁ ଗୋଷ୍ଠୀ ଶୌଚାଳୟ

ପ୍ରୀତିପୁର,୨୯ା୮(ସୁଶାନ୍ତ ବେହୁରିଆ): ସରକାର ସ୍ବଚ୍ଛ ଭାରତ ଯୋଜନାରେ ପ୍ରଚାର ପ୍ରସାର ପାଇଁ ଅନେକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ବିଭିନ୍ନ ଗ୍ରାମକୁ ବାହ୍ୟ ମଳମୁକ୍ତ ଗ୍ରାମ ବୋଲି ଫଳକ ଲଗାଇ ବାହାବା ନେବାକୁ ଉଦ୍ୟମ କରୁଛନ୍ତି। ହେଲେ ବିଭିନ୍ନ ସ୍ଥାନର ପ୍ରକୃତ ସ୍ଥିତି ବାସ୍ତବତାଠାରୁ ସମ୍ପୂର୍ଣ୍ଣ ଭିନ୍ନ ବୋଲି ଜଣାପଡ଼ିଛି । ଏହାର ଉଦାହରଣ ବିଂଝାରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦଶରଥପୁର ବ୍ଲକ ଖାନନଗର ପଞ୍ଚାୟତରେ ଦେଖିବାକୁ ମିଳିଛି ।
ସୂଚନା ଅନୁଯାୟୀ, ଖାନନଗର ପଞ୍ଚାୟତ ରାମପୁର ଗ୍ରାମଠାରେ ଗ୍ରାମବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨୦୨୧-୨୨ରେ ରାମପୁର ହରିଜନ ସାହି ଗୋଷ୍ଠୀ ଶୌଚାଳୟ ନିର୍ମାଣ ନିମନ୍ତେ ୧ ଲକ୍ଷ ୭୮୦ ଟଙ୍କା ଯୋଗାଇ ଦିଆଯାଇଥିଲା । ପରେ ଏହାର ପୂର୍ଣ୍ଣାଙ୍ଗ ନିମନ୍ତେ ୨୦୨୧-୨୨ରେ ପୁଣି ୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ଏହା ବ୍ୟତୀତ ଶୌଚାଳୟ ଟାଙ୍କି, କବାଟ ଓ ଜଳ ଯୋଗାଣ ବ୍ୟବସ୍ଥା ନିମନ୍ତେ ୧ ଲକ୍ଷ ଟଙ୍କା ଦିଆଯାଇଥିଲା । ମାତ୍ର ଇତିମଧ୍ୟରେ ୧ ବର୍ଷରୁ ଅଧିକ ସମୟ ଅତିକ୍ରାନ୍ତ ହୋଇସାରିଥିଲେ ମଧ୍ୟ ଉକ୍ତ ଶୌଚାଳୟ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଅପରପକ୍ଷେ ଶୌଚାଳୟର କବାଟ ଓ ସେପ୍ଟିକ ଟାଙ୍କିର ଢାଙ୍କୁଣୀ ଆଦି ଭାଙ୍ଗି ଗଲାଣି । ମୁକୁଳା ଟାଙ୍କିରେ ଗାଈଗୋରୁ, ଛେଳି ମେଣ୍ଢା ଓ ଛୋଟ ପିଲାମାନେ ଗଳି ପଡ଼ିବାର ଆଶଙ୍କା ରହିଛି । ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ସୁବ୍ରତ ବେହେରାଙ୍କୁ ପଚାରିବାରୁ ଜଳ ଯୋଗାଣ ଓ ବିଦ୍ୟୁତ୍‌ ବ୍ୟବସ୍ଥା ଅସମ୍ପୂର୍ଣ ରହିଥିବାରୁ ଉକ୍ତ ଗୋଷ୍ଠୀ ଶୌଚାଳୟ କାର୍ଯ୍ୟକ୍ଷମ ହୋଇପାରୁନି ବୋଲି କହିଛନ୍ତି । ମାତ୍ର ବାକି କାମ ହେବା ବେଳକୁ ଶୌଚାଳୟର ଅନ୍ୟାନ୍ୟ ସାମଗ୍ରୀ ନଷ୍ଟ ହୋଇଯାଇଥିବ ବୋଲି ସ୍ଥାନୀୟ ଗ୍ରାମବାସୀ ପ୍ରକାଶ କରିଛନ୍ତି। ଦଶରଥପୁର ବିଡ଼ିଓ ଏ ସମ୍ପର୍କରେ ତୁରନ୍ତ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri