ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ: ଅକ୍ଟୋବର ସୁଦ୍ଧା ସରିବ କାର୍ଯ୍ୟ

ଧାମନଗର,୨୮।୩ (ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ଏଥିରେ ସାମିଲ ହେଇଥିବା ଭଦ୍ରକ ଜିଲାର ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ମଙ୍ଗଳବାର ପୂର୍ବାହ୍ନରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ପରିଦର୍ଶନ କରିଛନ୍ତି। ଡାକ୍ତରଖାନା ପରିସରରେ ଥିବା ପୁରୁଣା ଅବ୍ୟବହୃତ ପକ୍କାଘରକୁ ଭାଙ୍ଗିବା, ପାର୍କିଂ, ପରିମଳ, ବିଦ୍ୟୁତ୍‌ ବ୍ୟବସ୍ଥା, ରୋଗୀମାନଙ୍କୁ ସୂଚନା ପ୍ରଦାନ ନିମନ୍ତେ ଏକ ବଡ଼ ଏଲ୍‌ସିଡି ଟିଭି, ରୋଗୀମାନଙ୍କ ବସିବା ପାଇଁ ବ୍ୟବସ୍ଥା, ଡାକ୍ତରଙ୍କ ଲାଗି ବିଭିନ୍ନ ଆଧୁନୀକରଣ ବ୍ୟବସ୍ଥା, ଉନ୍ନତମାନର ଏକ୍ସରେ ମେଶିନ, ପାନୀୟ ଜଳ ଆଦି ପ୍ରସଙ୍ଗ ଉପରେ ଆଲୋଚନା ଏବଂ ଡିଜାଇନ ମାଧ୍ୟମରେ କିଭଳି ଉକ୍ତ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ ଜିଲାପାଳ ବୁଲି ଦେଖିଥିଲେ। ଏଥିସହ ଯଥାଶୀଘ୍ର ଏସବୁ କାର୍ଯ୍ୟ ସାରିବା ପାଇଁ ଉପସ୍ଥିତ ଭାରପ୍ରାପ୍ତ ସ୍ବାସ୍ଥ୍ୟ ଅଧିକାରୀ ଡା. ମନ୍ମୟ କୁମାର ସାମନ୍ତସିଂହାର, ବିଡିଓ ବନବିହାରୀ ଦିଣ୍ଡା, ଏବିଡିଓ ଶର୍ମିଷ୍ଠା ମଲ୍ଲିକ, ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ହେମ୍ବ୍ରମ, କନିଷ୍ଠ ଯନ୍ତ୍ରୀ ସନ୍ତୋଷ କୁମାର ପତି ପ୍ରମୁଖଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ଜିଲାପାଳ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରତ୍ୟେକ କୋଠରୀ ବୁଲି ଦେଖିବା ସମୟରେ ଅଂଶୁଘାତ ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ ଥିବା କୋଠରୀ ଦେଖି ଅସନ୍ତୁଷ୍ଟ ବ୍ୟକ୍ତ କରିଥିଲେ। ତୁରନ୍ତ ଏହାକୁ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ କୋଠରୀରେ ପରିଣତ କରିବା ସହ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ଯୋଗାଇ ରଖିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ରାତିରେ କୌଣସି ସ୍ପେଶାଲିଷ୍ଟ ଡାକ୍ତର ଏଠାରେ ରହୁ ନ ଥିବାରୁ ରୋଗୀମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି ବୋଲି ସ୍ଥାନୀୟ ବାସିନ୍ଦା ଜିଲାପାଳଙ୍କୁ ଅଭିଯୋଗ କରିବା ପରେ ତୁରନ୍ତ ଜଣେ ଡାକ୍ତରଙ୍କୁ ନିଯୁକ୍ତ ରଖିବା ପାଇଁ ବିଚାରକୁ ନିଆଯିବ ବୋଲି କହିଥିଲେ। ଚଳିତବର୍ଷ ଅକ୍ଟୋବର ମଧ୍ୟରେ ଏହି କାର୍ଯ୍ୟ ସାରିବାକୁ ଧାର୍ଯ୍ୟ କରାଯାଇଥିବା ଭାରପ୍ରାପ୍ତ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?