Posted inଜାତୀୟ

ପିଲାଙ୍କ ମଧ୍ୟରେ ବଢୁଥିବା ନିଶାଭ୍ୟାସ ଅତ୍ୟନ୍ତ ସଙ୍କଟ ଜନକ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୨ : ଦେଶରେ ପିଲାମାନଙ୍କ ମଧ୍ୟରେ ବଢୁଥିବା ମଦ୍ୟପାନ ଏବଂ ନିଶା ସେବନ ଆଦି ନିଶାଭ୍ୟାସ ଉପରେ କରାଯାଇଥିବା ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଏହା ଅତ୍ୟନ୍ତ ସଙ୍କଟ ଜନକ। ଏହା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି କୋର୍ଟ କହିଛନ୍ତି। ଜଷ୍ଟିସ କେଏମ ଜୋସେଫ ଏହି ମାମଲାକୁ ପ୍ରଧାନ ବିଚାରପତିଙ୍କ ପାଖକୁ ପଠାଇବାବେଳେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଆଯାଇଥିବା ଏହି ମାମଲାର ଶୁଣାଣି କରିବାକୁ ଅନୁରୋଧ କରିଛନ୍ତି।

ଆବେଦନକାରୀ ଏନଜିଓ ବଚପନ ବଚାଓ ଆନ୍ଦୋଳନ ପକ୍ଷରୁ ହାଜର ହୋଇଥିବା ଆଡଭୋକେଟ ଏଚଏସ ଫୁଲକା ଜଷ୍ଟିସ କେଏମ ଜୋସେଫଙ୍କ ଏକ ବେଞ୍ଚରେ ଦାଖଲ କରି କହିଛନ୍ତି ଯେ ସାମାଜିକ ନ୍ୟାୟ ମନ୍ତ୍ରଣାଳୟ ଜାତୀୟ ସ୍ତରରେ ଏଥିପାଇଁ ଏକ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିଛି କିନ୍ତୁ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କ ଆଦେଶକୁ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟକାରୀ କରି ନାହିଁ। ଏହି ସମଗ୍ର ଘଟଣାରେ ବେଘର ପିଲାମାନଙ୍କ ପାଇଁ କୌଣସି ବ୍ୟବସ୍ଥା ରଖାଯାଇ ନାହିଁ। ସେମାନଙ୍କ ପାଇଁ ବିଶେଷ ବ୍ୟବସ୍ଥା କରିବାର ଆବଶ୍ୟକତା ଅଛି ବୋଲି ସେ କହିଛନ୍ତି।

ଏହା ଉପରେ ଜଷ୍ଟିସ କେଏମ ଜୋସେଫ କହିଛନ୍ତି ଯେ ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତୁତ ଯୋଜନାରେ ତ୍ରୁଟି ଖୋଜିବା ପରିବର୍ତ୍ତେ, ଆପଣ କହିବାକୁ ଚାହାଁନ୍ତି ଯେ ଏହି ପ୍ରସଙ୍ଗରେ ଆହୁରି ଉନ୍ନତି ହୋଇପାରିବ। ଆପଣ ଏହା ଉପରେ ଏକ ଆଫିଡେଭିଟ ଫାଇଲ କରିପାରିବେ ।

ଅତିରିକ୍ତ ସୋଲିସିଟର ଜେନେରାଲ ଐଶ୍ୱର୍ଯ୍ୟା ଭାଟି କୋର୍ଟଙ୍କୁ କହିଛନ୍ତି ଯେ ସମାନ ମାମଲାରେ ସିଜେଆଇଙ୍କର ବେଞ୍ଚ ସ୍ବତଃ ପ୍ରବୃତ୍ତ ଭାବେ ନିଜ ପକ୍ଷରୁ ଶୁଣାଣି ଆରମ୍ଭ କରିଛନ୍ତି। ତାଙ୍କ ଦ୍ୱାରା ଏହି ମାମଲାର ଶୁଣାଣି ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri