Posted inଜାତୀୟ

ବଢୁଛି ଥଣ୍ଡା: ଏଲ୍‌ଓସି ହେଉଛି ଚଳଚଞ୍ଚଳ

ଶ୍ରୀନଗର,୨୦।୧୨: ଧୀରେଧୀରେ ଥଣ୍ଡା ବଢ଼ିବାରେ ଲାଗିଛି। ତେବେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉଭୟପକ୍ଷ ସକ୍ରିୟ ରହିବା ସହିତ ସ୍ଥାନୀୟ କ୍ଷେତ୍ର ଚଳଚଞ୍ଚଳ ହେବାରେ ଲାଗିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ପାଇଁ ପାକିସ୍ତାନ ପକ୍ଷରୁ ଏଠାରେ ଲଗାତାର ଅସ୍ତ୍ର ବିରତିର ଉଲ୍ଲଂଘନ କରାଯାଉଛି। ଚଳିତବର୍ଷ ଜୁନ୍‌ଠାରୁ ଗତ ୬ ମାସ ମଧ୍ୟରେ ଏଲ୍‌ଇଓସିରେ ପାକିସ୍ତାନ ପକ୍ଷରୁ ୩୦୦ରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଭାରତୀୟ ଫରଓ୍ବାର୍ଡ ପୋଷ୍ଟରେ ଯବାନମାନେ ବୁଲେଟ ପ୍ରୁଫ୍‌ ଜ୍ୟାକେଟ୍‌ ଏବଂ ବୁଲେଟ ପ୍ରୁଫ୍‌ ହେଲମେଟ ପିନ୍ଧି ସଜାଗ ରହିଛନ୍ତି। ପାକିସ୍ତାନ ସୈନ୍ୟ ବାହିନୀ ଦ୍ୱାରା ତାଲିମ୍‌ ପ୍ରାପ୍ତ ବାଟ୍‌ ( ବର୍ଡର ଆକ୍ସନ ଟିମ୍‌) ଦଳ ଭାରତରେ ଅନୁପ୍ରବେଶ ପାଇଁ ତୁଷାରପାତ ଏବଂ ଥଣ୍ଡାର ସୁଯୋଗ ନେଉଥିବା କୁହାଯାଉଛି। ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ସେନା ପକ୍ଷରୁ ନିୟନ୍ତ୍ରଣ ରେଖାରେ ପାଟ୍ରୋଲିଂକୁ ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri