ଟାଟା ପାୱାର ବିରୋଧରେ ବଢୁଛି ଅସନ୍ତୋଷ: ପାଓ୍ବାର କଟ୍‌କୁ ନେଇ ଆନ୍ଦୋଳନ ଚେତାବନୀ

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଦୈନନ୍ଦିନ ଜୀବନରେ ବିଦ୍ୟୁତ ସେବା ସମସ୍ତଙ୍କ ପାଇଁ ନିହାତି ଆବଶ୍ୟକ ହୋଇପଡିଛି। ତେଣୁ ଲୋକେ କିଛି ସମୟ ବିଦ୍ୟୁତ କାଟ ହେଲେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହିଭଳି ଭଞ୍ଜନଗର ଟାଟା ପାୱାର ପକ୍ଷରୁ ମରାମତି ନାମରେ ମାସରେ ଏକାଧିକ ଥର ପାୱାର କାଟ କରାଯାଉଛି। ଏଥିସହ ଅନ୍ୟାନ୍ୟ ସମୟରେ ମଧ୍ୟ ଯାନ୍ତ୍ରିକ ତ୍ରୁଟି ଏବଂ ପ୍ରାକୃତିକ ଦୁର୍ବିପାକ ଦର୍ଶାଇ ଘଣ୍ଟା ଘଣ୍ଟା ବିଦ୍ୟୁତ ସେବା ବନ୍ଦ କରାଯାଉଛି ।

ଟାଟା ପାୱାର ରାଜ୍ୟରେ ବିଦ୍ୟୁତ ବଣ୍ଟନ ଦାୟିତ୍ୱ ୨୫ ବର୍ଷ ପାଇଁ ନେବାପରେ ବିଦ୍ୟୁତ ସେବାରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା। କିନ୍ତୁ ସେବାରେ ଯେତିକି ଉନ୍ନତି ଆଶା କରାଯାଉଥିଲା ସେତିକି ହେବାକୁ ନାହିଁ। ଅନ୍ୟପଟେ ବିଦ୍ୟୁତ ତାରିଫ ମଧ୍ୟ ବଢୁଛି। ଦର ବୃଦ୍ଧି ଯୋଗୁଁ ଗ୍ରାହକଙ୍କ ଉପରେ ବିଦ୍ୟୁତ ବୋଝ ବଢୁଛି। ଏହିଭଳି ଅନେକ ସମସ୍ୟା ଗ୍ରାହକମାନେ ଭୋଗୁଛନ୍ତି। ଏହିଭଳି ପରିସ୍ଥିତିରେ ମଙ୍ଗଳବାର ସକାଳ ୮ ଟା ରୁ ଦିନ ୧୧ ଟା ପର୍ଯ୍ୟନ୍ତ ୩୩ କେଭି ମରାମତି ପାଇଁ
ବିଦ୍ୟୁତ ସେବା ବନ୍ଦ ରହିବ ବୋଲି ଟାଟା ପାୱାର ପକ୍ଷରୁ ଗତକାଲି ଘୋଷଣା କରାଯାଇଥିଲା। କିନ୍ତୁ ଆଜି ସକାଳୁ ହଠାତ୍‌ ୬.୪୫ରେ ବିଦ୍ୟୁତ କାଟି ଦିଆଯାଇଥିଲା। ଘୋଷଣା ସମୟର ୧ ଘଣ୍ଟା ପୁର୍ବରୁ ହଠାତ୍ ଯାନ୍ତ୍ରୀକ ତୃଟି ଦର୍ଶାଇ ବିଦ୍ୟୁତ କାଟି ଦେବାଦ୍ବାରା ଗ୍ରାହକ ମାନେ ନାହଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଯାହାକୁ ନେଇ ଗ୍ରାହକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଆଗାମୀ ଦିନରେ ଗ୍ରାହକମାନେ ଏନେଇ ଆନ୍ଦୋଳନ ଧମକ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri