ଟାଟା ପାୱାର ବିରୋଧରେ ବଢୁଛି ଅସନ୍ତୋଷ: ପାଓ୍ବାର କଟ୍‌କୁ ନେଇ ଆନ୍ଦୋଳନ ଚେତାବନୀ

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଦୈନନ୍ଦିନ ଜୀବନରେ ବିଦ୍ୟୁତ ସେବା ସମସ୍ତଙ୍କ ପାଇଁ ନିହାତି ଆବଶ୍ୟକ ହୋଇପଡିଛି। ତେଣୁ ଲୋକେ କିଛି ସମୟ ବିଦ୍ୟୁତ କାଟ ହେଲେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହିଭଳି ଭଞ୍ଜନଗର ଟାଟା ପାୱାର ପକ୍ଷରୁ ମରାମତି ନାମରେ ମାସରେ ଏକାଧିକ ଥର ପାୱାର କାଟ କରାଯାଉଛି। ଏଥିସହ ଅନ୍ୟାନ୍ୟ ସମୟରେ ମଧ୍ୟ ଯାନ୍ତ୍ରିକ ତ୍ରୁଟି ଏବଂ ପ୍ରାକୃତିକ ଦୁର୍ବିପାକ ଦର୍ଶାଇ ଘଣ୍ଟା ଘଣ୍ଟା ବିଦ୍ୟୁତ ସେବା ବନ୍ଦ କରାଯାଉଛି ।

ଟାଟା ପାୱାର ରାଜ୍ୟରେ ବିଦ୍ୟୁତ ବଣ୍ଟନ ଦାୟିତ୍ୱ ୨୫ ବର୍ଷ ପାଇଁ ନେବାପରେ ବିଦ୍ୟୁତ ସେବାରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା। କିନ୍ତୁ ସେବାରେ ଯେତିକି ଉନ୍ନତି ଆଶା କରାଯାଉଥିଲା ସେତିକି ହେବାକୁ ନାହିଁ। ଅନ୍ୟପଟେ ବିଦ୍ୟୁତ ତାରିଫ ମଧ୍ୟ ବଢୁଛି। ଦର ବୃଦ୍ଧି ଯୋଗୁଁ ଗ୍ରାହକଙ୍କ ଉପରେ ବିଦ୍ୟୁତ ବୋଝ ବଢୁଛି। ଏହିଭଳି ଅନେକ ସମସ୍ୟା ଗ୍ରାହକମାନେ ଭୋଗୁଛନ୍ତି। ଏହିଭଳି ପରିସ୍ଥିତିରେ ମଙ୍ଗଳବାର ସକାଳ ୮ ଟା ରୁ ଦିନ ୧୧ ଟା ପର୍ଯ୍ୟନ୍ତ ୩୩ କେଭି ମରାମତି ପାଇଁ
ବିଦ୍ୟୁତ ସେବା ବନ୍ଦ ରହିବ ବୋଲି ଟାଟା ପାୱାର ପକ୍ଷରୁ ଗତକାଲି ଘୋଷଣା କରାଯାଇଥିଲା। କିନ୍ତୁ ଆଜି ସକାଳୁ ହଠାତ୍‌ ୬.୪୫ରେ ବିଦ୍ୟୁତ କାଟି ଦିଆଯାଇଥିଲା। ଘୋଷଣା ସମୟର ୧ ଘଣ୍ଟା ପୁର୍ବରୁ ହଠାତ୍ ଯାନ୍ତ୍ରୀକ ତୃଟି ଦର୍ଶାଇ ବିଦ୍ୟୁତ କାଟି ଦେବାଦ୍ବାରା ଗ୍ରାହକ ମାନେ ନାହଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଯାହାକୁ ନେଇ ଗ୍ରାହକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଆଗାମୀ ଦିନରେ ଗ୍ରାହକମାନେ ଏନେଇ ଆନ୍ଦୋଳନ ଧମକ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର…

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri