ଭାସୁଛି ଚୋରା ମଦ, ପୋଲିସ ନୀରବ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଣ୍ଡୁଆ ଫାଣ୍ଡି ଅଧୀନ ପାରିମାଳ ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢ଼ିବାରେ ଲାଗିଛି। ଏହାଦ୍ୱାରା ଅଞ୍ଚଳବାସୀ ପ୍ରଭାବିତ ହେଉଛନ୍ତି। ସ୍ଥାନୀୟ ପୋଲିସର ଦୃଷ୍ଟି ଆକର୍ଷଣ କଲେ
ଅଭିଯୋଗକାରୀଙ୍କୁ ଅସଦାଚରଣ ପ୍ରଦର୍ଶନ କରାଯାଉଥିବା ଅଭିଯୋଗ ହେଉଛି। ଏପରି କି ପଞ୍ଚାୟତର ଜନପ୍ରତିନିଧିଙ୍କୁ ମଧ୍ୟ ଅସମ୍ମାନିତ କରାଯାଉଛି। ଏହାର ପ୍ରତିବାଦରେ ସୋମବାର ଅପରାହ୍ନରେ ପାରିମାଳ ଅଞ୍ଚଳବାସୀ ଏସ୍‌ପିଙ୍କୁ ଭେଟି ଲିଖିତ ଅଭିଯୋଗ କରିବା ସହ ଫାଣ୍ଡି ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରିବା ପାଇଁ ଦାବି କରିଛନ୍ତି। ଏହା ନ ହେଲେ ୫୫ନଂ. ଜାତୀୟ ରାଜପଥ ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି।
ଅଞ୍ଚଳବାସୀଙ୍କ କହିବା କଥା, ପାରିମାଳ ଅଞ୍ଚଳରେ ପୋଲିସ ଜାଣତରେ ଚୋରା ଦେଶୀ ମଦ କାରବାର ହେଉଛି। ଏଥିରେ ସର୍ବାଧିକ ପ୍ରଭାବିତ ହେଉଛନ୍ତି ଯୁବପିଢ଼ି ଏବଂ ନିମ୍ନ ମଧ୍ୟବିତ୍ତ ପରିବାର। ଅଞ୍ଚଳରେ ନିଶାଡ଼ି ଉତ୍ପାତ କରୁଥିବାବେଳେ ଅଶାନ୍ତି, ଅସାମାଜିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ମହିଳାମାନେ ଅସୁରକ୍ଷିତ ମନେ କରୁଛନ୍ତି। ଏ ନେଇ ଫାଣ୍ଡିର ଦ୍ୱାରସ୍ଥ ହେଲେ ଅଭିଯୋଗକାରୀଙ୍କୁ ପୋଲିସ ପାଲଟା ଗାଳିଗୁଲଜ କରୁଛି। ଥାନା, ଫାଣ୍ଡିକୁ ଅଭିଯୋଗ ନେଇ ଆସୁଥିବା ବ୍ୟକ୍ତିଙ୍କୁ ଯଥାସମ୍ଭବ ସମ୍ମାନ ପ୍ରଦର୍ଶନ କରିବାକୁ କଡ଼ା ନିର୍ଦ୍ଦେଶ ରହିଥିଲେ ମଧ୍ୟ ଏହାକୁ ଅଣଦେଖା କରାଯାଉଛି। ଏସ୍‌ପି ବ୍ୟକ୍ତିଗତ ଭାବେ ଏଥିରେ ହସ୍ତକ୍ଷେପ କରି ସମସ୍ୟାର ସମାଧାନ କରିବାକୁ ସୁଲୋଚନା ତରେଇ, ସତ୍ୟାନନ୍ଦ ଦାସ ପ୍ରମୁଖଙ୍କ ସମେତ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri