ଗର୍ଭନିରୋଧ ପଦ୍ଧତି ଗ୍ରହଣ ଉପରେ ରୋକ ନେଇ ଲୋକଙ୍କ ମଧ୍ୟରେ ବଢ଼ିଲା ଆକ୍ରୋଶ…

ତେହେରାନ,୧୫।୧୧: ଇରାନ ସରକାର ଦେଶର ଜନସଂଖ୍ୟା ବଢ଼ାଇବା ଲାଗି ଦେଶରେ ମହିଳାଙ୍କ ସ୍ବାସ୍ଥ୍ୟକୁ ଅଣଦେଖା କରିବା ସହିତ ମାନବାଧିକାରର ଉଲ୍ଲଂଘନ କରୁଥିବା ଅଭିଯୋଗ ହୋଇଛି। ସରକାର ସମସ୍ତ ଗର୍ଭନିରୋଧ ପଦ୍ଧତି ଗ୍ରହଣ ଉପରେ ରୋକ ଲଗାଇଛନ୍ତି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି।
ମାନବାଧିକାର ସଂଗଠନ ହ୍ୟୁମାନ ରାଇଟ୍ସ ୱାଚ ଅନୁଯାୟୀ ଦେଶର ଜନସଂଖ୍ୟା ବୃଦ୍ଧି ପାଇଁ ଇରାନର ନୂତନ ନିୟମ ମହିଳାଙ୍କ ଅଧିକାର ବିରୁଦ୍ଧ ଅଟେ। ଏହି ଗୋଷ୍ଠୀ କହିଛି ଯେ ଏହି ଆଇନ ଇରାନୀୟ ମହିଳାମାନଙ୍କର ଯୌନ ଏବଂ ପ୍ରଜନନ ସ୍ବାସ୍ଥ୍ୟ ଆବଶ୍ୟକତାକୁ ଉଲ୍ଲଂଘନ କରୁଛି। ହ୍ୟୁମାନ ରାଇଟ୍ସ ୱାଚ ଦାବି କରିଛି ଯେ ଇରାନ ସରକାର ବିଳମ୍ବ ନକରି ଏହି ନୂତନ ନିୟମକୁ ରଦ୍ଦ କରନ୍ତୁ।

ଏହି ନୂଆ ନିୟମ ଅନୁସାରେ ପୁରୁଷ ଏବଂ ମହିଳାଙ୍କୁ ଇରାନର ଜନସ୍ବାସ୍ଥ୍ୟ ବ୍ୟବସ୍ଥାରେ ଗର୍ଭନିରୋଧକ ଔଷଧର ମାଗଣା ବଣ୍ଟନକୁ ବାରଣ କରାଯାଇଛି। ଯଦି ଗର୍ଭବତୀ ଅବସ୍ଥାରେ ମହିଳାଙ୍କ ସ୍ବାସ୍ଥ୍ୟ ପ୍ରତି ଗୁରୁତର ବିପଦ ଥାଏ ତେବେ ଏହି ଆଇନ ଲାଗୁହେବ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ଆଇନ ବର୍ତ୍ତମାନ ସାତ ବର୍ଷ ପାଇଁ କାର୍ଯ୍ୟକାରୀ ହେବ। ପୂର୍ବରୁ ଚଳିତ ବର୍ଷ ମାର୍ଚ୍ଚ ୧୬ରେ ଦେଶର ସଂସଦ ଦ୍ୱାରା ଏହି ଆଇନ ପାରିତ ହୋଇଥିଲା।
ଦେଶର ସରକାରୀ ଗେଜେଟରେ ପ୍ରକାଶିତ ହେବା ମାତ୍ରେ ଏହି ଆଇନ କାର୍ଯ୍ୟକାରୀ ହେବ ଏବଂ ଚଳିତ ମାସ ଶେଷରେ ଏପରି ହେବାର ସମ୍ଭାବନା ରହିଛି। ହ୍ୟୁମାନ ରାଇଟ୍ସ ୱାଚର ବରିଷ୍ଠ ଗବେଷକ ତାରା ସାହାପାହାରୀ ଫର କହିଛନ୍ତି, ଇରାନର ସାଂସଦମାନେ ସରକାରୀ ଅସମ୍ପୂର୍ଣ୍ଣତା, ଦୁର୍ନୀତି ଏବଂ ରାଜ୍ୟଗୁଡ଼ିକୁୁ ଦମନ କଲା ଭଳି ଗମ୍ଭୀର ସମସ୍ୟାର ସମାଧାନ କରିବାକୁ ଅନିଚ୍ଛୁକ। ମହିଳାଙ୍କ ମୌଳିକ ଅଧିକାର ଉଲ୍ଲଂଘନ ହେଉଥିଲେ ମଧ୍ୟ ସେମାନେ ନୀରବତା ଅବଲମ୍ବନ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri