ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଡ଼କ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା।

ବରଗଡ଼ ସହରର ଥାନା ଛକଠାରୁ ଲେଙ୍ଗୁ ମିଶ୍ର ଛକ ପର୍ଯ୍ୟନ୍ତ ଏବଂ ଘରୋଇ ବସଷ୍ଟାଣ୍ଡ୍‌ ପାଖ ଉଠା ଦୋକାନୀଙ୍କ ପାଇଁ ଟ୍ରାଫିକ ସମସ୍ୟା ଉପୁଜି ଆସୁଥିବା ନେଇ ଉପସ୍ଥିତ ସଭ୍ୟ ସଭାରେ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ଫଳରେ ଏହାର ନିରାକରଣ ପାଇଁ ପଦକ୍ଷେପ ନେବାକୁ ପୌର ପରିଷଦ ନିର୍ବାହୀ ଅଧିକାରୀ ହରପ୍ରସାଦ ଭୋଇଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସମ୍ପୃକ୍ତ ଅଞ୍ଚଳର ଉଠାଦୋକାନ ଉଚ୍ଛେଦ କରାଯିବାର ସମ୍ଭାବନା ରହିଛି। ସେହିପରି ରାସ୍ତାରେ ଟ୍ରାଫିକ ଲାଇଟ୍‌ ବ୍ୟବସ୍ଥା ତୁରନ୍ତ କରିବାକୁ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସହର ଉପକଣ୍ଠ ହଲଦୀପାଲି ଛକରେ ରାତି ସମୟରେ ଅସାମାଜିକତତ୍ତ୍ୱ ବଢ଼ି ଚାଲିଥିବା ଯୋଗୁ ସେ ଦିଗରେ ପଦକ୍ଷେପ ନେବା ପାଇଁ ପୋଲିସକୁ କୁହାଯାଇଥିଲା। ଆଞ୍ଚଳିକ ପରିବହନ ଅଧିକାରୀ ସାବୁଆ ମାଝି ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri