ଅଭିବୃଦ୍ଧି ୨ ଅଙ୍କ ଛୁଇଁପାରେ

କୋଲକାତା,୧୫ା୧୧: ଚଳିତ ଆର୍ଥତ୍କ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ୨ ଅଙ୍କ ଛୁଇଁପାରେ। ଆସନ୍ତା ଆର୍ଥତ୍କ ବର୍ଷରେ ଏହା ୫.୭%ରୁ ୬ % ରହିପାରେ ବୋଲି ସରକାରଙ୍କ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା(ସିଇଏ) କେ.ଭି.ସୁବ୍ରମଣ୍ୟନ ରବିବାର କହିଛନ୍ତି। ମୁଦ୍ରାସ୍ଫୀତି ‘ଭି’ ଆକୃତିର ଅଭିବୃଦ୍ଧିକୁ ପ୍ରଭାବିତ କରିପାରିବ ନାହିଁ। ଦେଶର ଅଭିବୃଦ୍ଧି ୮.୭% ଏବଂ ୯.୪% ମଧ୍ୟରେ ରହିବ ବୋଲି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ଏବଂ ଅନ୍ୟ ଅନ୍ତର୍ଜାତୀୟ ଏଜେନ୍ସିଗୁଡ଼ିକ ଆକଳନ କରିଛନ୍ତି।
ସରକାର ବର୍ତ୍ତମାନ ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପକୁ ଲୋକମାନେ ଉପଲବ୍ଧ କରିନାହାନ୍ତି। ଏପରିକି ୧୯୯୧ରେ ଗ୍ରହଣ କରାଯାଇଥିବା ଆର୍ଥତ୍କ ସଂସ୍କାର ସମ୍ପର୍କରେ ୯୯% ଲୋକ ବୁଝିବାକୁ ସକ୍ଷମ ହୋଇନାହାନ୍ତି। ସରକାର ହାତକୁ ନେଉଥିବା ସଂସ୍କାର ଯୋଗୁ ବଜାରକୁ ସୁଫଳ ମିଳିଛି। ଏଭଳି ଧାରା ଆଗାମୀ ଦିନରେ ମଧ୍ୟ ଜାରି ରହିବ। ସେ ପୁଣି କହିଛନ୍ତି, ଦେଶ ମଧ୍ୟରେ ୪.୫% ମୁଦ୍ରାସ୍ଫୀତି ରହିଛି। ଭାରତ ତୁଳନାରେ ବିଶ୍ୱ ସ୍ତରରେ ମୁଦ୍ରାସ୍ଫୀତି ଅଧିକ ରହିଛି। ବିଶ୍ୱ ବଜାର ଚାହିଦାଭିତ୍ତିକ ନୀତି ଉପରେ ଧ୍ୟାନ କେନ୍ଦ୍ରିତ କରିଥିବା ବେଳେ ଭାରତ ଯୋଗାଣ ବୃଦ୍ଧି ଉପରେ ବିଶେଷ ଗୁରୁତ୍ୱ ପ୍ରଦାନ କରିଛି।
ବୃଦ୍ଧିକୁ ନଜରରେ ନ ରଖି କେବଳ ଚାହିଦା ବୃଦ୍ଧି ଉପରେ ଧ୍ୟାନ କେନ୍ଦ୍ରିତ କଲେ ମୁଦ୍ରାସ୍ଫୀତି ଭଳି ସମସ୍ୟା ଉପୁଜିବ। ଉଲ୍ଲେଖଯୋଗ୍ୟ, କରୋନା ମହାମାରୀ ଯୋଗୁ ଘରୋଇ ବଜାରର ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇ ରହିଥିଲା। ଏହା ଯୋଗୁ ଦେଶର ଜିଡିପି ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିଲା। ଜିଡିପି -୭.୩% ଖସିଥିଲା। ଭାରତର ଜଡିପି ଯେଉଁ ଭଳି ହାରରେ କ୍ଷତିଗ୍ରସ୍ତ ହୋଇଛି ବିଶ୍ୱର ଅନ୍ୟ ପ୍ରାନ୍ତଗୁଡ଼ିକରେ ପ୍ରାୟ ସେଭଳି ସ୍ଥିତି ଦେଖିବାକୁ ମିଳିନାହିଁ। ତେବେ କରୋନାର ଦ୍ୱିତୀୟ ଲହରରେ ମଧ୍ୟ ଅର୍ଥ ବ୍ୟବସ୍ଥା କିଛିଟା କ୍ଷତିଗ୍ରସ୍ତ ହୋଇଥିଲା। ତେବେ ଚଳିତ ବର୍ଷ ବଜାର ସ୍ବାଭାବିକ ସ୍ଥିତିକୁ ଫେରିବା ଆରମ୍ଭ କରିଛି। ଚଳିତ ଆର୍ଥତ୍କ ବର୍ଷ ଜିଡିପି ଅଭିବୃଦ୍ଧି ଉନ୍ନତ ରହିବ ବୋଲି ଅଧିକାଂଶ ଏଜେନ୍ସି ଆକଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri