ଅଟୋମୋବାଇଲ ରପ୍ତାନିରେ ଅଭିବୃଦ୍ଧି

ନୂଆଦିଲ୍ଲୀ, ୪।୨: ଦେଶର ଅଟୋମୋବାଇଲ ଶିଳ୍ପକ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଦେଖାଦେଇଛି ଏପରିକି ଅଟୋମୋବାଇଲ ରପ୍ତାନି ହାର ୨୦୨୧-୨୨ରେ ପ୍ରାୟ ୩୬% (୩୫.୯%) ବୃଦ୍ଧି ଘଟିଛି। ୨୦୨୦-୨୧ ଆର୍ଥିକ ବର୍ଷରେ ୪୧,୩୪,୦୪୭ ୟୁନିଟ୍‌ ଗାଡ଼ି ରପ୍ତାନି ହୋଇଥିବା ବେଳେ ୨୦୨୧-୨୨ରେ ଏହି ସଂଖ୍ୟା ୫୬,୧୭,୨୪୬ ୟୁନିଟ୍‌ରେ ପହଞ୍ଚିଛି ବୋଲି ଶୁକ୍ରବାର କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ବିଭାଗର ମନ୍ତ୍ରୀ ଅନୁପ୍ରିୟା ପଟେଲ ସଂସଦରେ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି। ସେହିଭଳି ଦେଶରେ ଯାତ୍ରୀବାହୀ ଗାଡ଼ି ରପ୍ତାନି ହାର ୨୦୨୦-୨୧ ଆର୍ଥିକ ବର୍ଷରେ ୪,୦୪,୩୯୭ ୟୁନିଟ୍‌ ଗାଡ଼ି ରପ୍ତାନି କରିଥିବା ବେଳେ ୨୦୨୧-୨୨ ରେ ୫,୭୭,୮୭୫ ୟୁନିଟ୍‌ ଗାଡ଼ି ରପ୍ତାନି ହୋଇଛି। ତେବେ ଦେଶରେ ବାଣିଜ୍ୟକ ଗାଡ଼ି ୨୦୨୦-୨୧ରେ ୫୦,୩୩୪ ୟୁୂନିଟ୍‌ ଗାଡ଼ିରୁ ୯୨,୨୯୭ ୟୁନିଟ୍‌ ଗାଡ଼ି ରପ୍ତାନି ହୋଇଛି। ଫଳରେ ରପ୍ତାନି ହାର ୮୩.୩୬% ବୃଦ୍ଧି ହୋଇଛି। ତେବେ ଦେଶରେ ରପ୍ତାନିକୁ ପ୍ରୋସତ୍ାହିତ କରିବା ପାଇଁ କେନ୍ଦ୍ର ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସରକାର ବୈଦେଶିକ ବାଣିଜ୍ୟ ନୀତିରେ ୨୦୧୫ରୁ ୨୦୨୦ ୩୧ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତି ବୃଦ୍ଧି କରାଯାଇଛି। ସେହିଭଳି ଦେଶରେ ପ୍ରି ଏବଂ ପୋଷ୍ଟ ରପ୍ତାନି ଉପରେ କ୍ରେଡିଟ ଉପରେ ସୁଧ ହାର ଯୋଜନା ବାବଦକୁ ୩୧ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତି ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?