ଓଡ଼ିଶା ଡିଏମ୍‌ଏଫ୍‌ ପାଣ୍ଠିରେ ଅଭିବୃଦ୍ଧି

ଭୁବନେଶ୍ୱର,୧।୮ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେଉଁ ରାଜ୍ୟକୁ କେତେ ଟଙ୍କା ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠିକୁ ଦିଆଯାଇଛି, ବିଶେଷ କରି ଡିଏମ୍‌ଏଫ୍‌ ପାଣ୍ଠି ଅଧୀନରେ କେଉଁ ରାଜ୍ୟକୁ କେତେ ଟଙ୍କା ମିଳିଛି। ବିଶେଷ କରି ଓଡିଶା ପ୍ରଦେଶକୁ ଏ ବାବଦରେ କେତେ ଟଙ୍କା ମିଳିଛି। ସେ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ର କୋଇଲା, ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୋମବାର ଏ ନେଇ ରାଜ୍ୟ ସଭାରେ ବିସ୍ତୃତ ଉତ୍ତର ଦେଇଛନ୍ତି। ସେହିଭଳି ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଚଳିତ ବର୍ଷ ଜୁନ୍‌ ଶେଷ ସୁଦ୍ଧା ଓଡ଼ିଶାକୁ ମୋଟ ୨୩,୧୨୦ କୋଟି ଟଙ୍କାର ଡିଏମ୍‌ଏଫ୍‌ ଫଣ୍ଡ ମିଳିଛି, ସେଥିମଧ୍ୟରୁ ୧୭,୭୫୫.୨୦ କୋଟି ଟଙ୍କା ପ୍ରମୁଖ ଖଣିଜ ଦ୍ରବ୍ୟରୁ ମିଳିଥିବା ବେଳେ କୋଇଲା ଓ ଲିଗନାଇଟରୁ ୫୨୩୭.୫୮କୋଟି ଟଙ୍କା ମିଳିଛି। ସେହିପରି ଲଘୁ ଖଣିଜ ଦ୍ରବ୍ୟରୁ ମୋଟ ୧୨୭.୨୧ କୋଟି ଟଙ୍କା ମିଳିଛି, ଓଡିଶା ରାଜ୍ୟର ଡିଏମଏଫ ନିୟମ ଅନୁଯାୟୀ ଅତିକମରେ ୬୦% ପାଣ୍ଠି ଉଚ୍ଚ ପ୍ରାଥମିକତା କ୍ଷେତ୍ରରେ ଖର୍ଚ୍ଚ ହୋଇଥାଏ ଏବଂ ୪୦% ପାଣ୍ଠି ଅନ୍ୟାନ୍ୟ ପ୍ରାଥମିକତା କାର୍ଯ୍ୟରେ ଖର୍ଚ୍ଚ କରାଯାଏ। ଏପରିକି ଓଡ଼ିଶାର ମୟୂରଭଞ୍ଜ ଜିଲାରେ ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ର କଲ୍ୟାଣ ଯୋଜନା (ପିଏମ୍‌କେକେକେୱାଇ) ଅଧୀନରେ ମୋଟ ୮୧.୨୨ କୋଟି ଟଙ୍କାର ପାଣ୍ଠି ବିଭିନ୍ନ କ୍ଷେତ୍ରରେ ବିନିଯୋଗ ହୋଇଥିବା ମନ୍ତ୍ରୀ ଯୋଶୀ ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି। ଅପରପକ୍ଷରେ ଖଣି ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ନୂଆ ପ୍ରକଳ୍ପଗୁଡ଼ିକର ତାଲିକା ପ୍ରସ୍ତୁତ କରିବା ପାଇଁ କୁହାଯାଇଛି। ଏପରିକି ବର୍ତ୍ତମାନର ପ୍ରକଳ୍ପଗୁଡ଼ିକରେ ଡିଏମ୍‌ଏଫ୍‌ ପାଣ୍ଠିର ଉପଯୋଗକୁ ତ୍ୱରାନ୍ବିତ କରିବା ଲାଗି ପ୍ରୟାସ ଆରମ୍ଭ କରାଯାଇଥିବାବେଳେ ପାଣ୍ଠି ଆବଣ୍ଟନକୁ ବଢାଇବା ଲାଗି ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ଡିଏମ୍‌ଏଫ୍‌ ଅଧୀନରେ ମୋଟ ଆବଣ୍ଟନ ଏବଂ ସଂଗ୍ରହ ପରିମାଣ ୯୭% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri