ଓଡ଼ିଶା ଡିଏମ୍‌ଏଫ୍‌ ପାଣ୍ଠିରେ ଅଭିବୃଦ୍ଧି

ଭୁବନେଶ୍ୱର,୧।୮ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେଉଁ ରାଜ୍ୟକୁ କେତେ ଟଙ୍କା ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠିକୁ ଦିଆଯାଇଛି, ବିଶେଷ କରି ଡିଏମ୍‌ଏଫ୍‌ ପାଣ୍ଠି ଅଧୀନରେ କେଉଁ ରାଜ୍ୟକୁ କେତେ ଟଙ୍କା ମିଳିଛି। ବିଶେଷ କରି ଓଡିଶା ପ୍ରଦେଶକୁ ଏ ବାବଦରେ କେତେ ଟଙ୍କା ମିଳିଛି। ସେ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ର କୋଇଲା, ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୋମବାର ଏ ନେଇ ରାଜ୍ୟ ସଭାରେ ବିସ୍ତୃତ ଉତ୍ତର ଦେଇଛନ୍ତି। ସେହିଭଳି ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଚଳିତ ବର୍ଷ ଜୁନ୍‌ ଶେଷ ସୁଦ୍ଧା ଓଡ଼ିଶାକୁ ମୋଟ ୨୩,୧୨୦ କୋଟି ଟଙ୍କାର ଡିଏମ୍‌ଏଫ୍‌ ଫଣ୍ଡ ମିଳିଛି, ସେଥିମଧ୍ୟରୁ ୧୭,୭୫୫.୨୦ କୋଟି ଟଙ୍କା ପ୍ରମୁଖ ଖଣିଜ ଦ୍ରବ୍ୟରୁ ମିଳିଥିବା ବେଳେ କୋଇଲା ଓ ଲିଗନାଇଟରୁ ୫୨୩୭.୫୮କୋଟି ଟଙ୍କା ମିଳିଛି। ସେହିପରି ଲଘୁ ଖଣିଜ ଦ୍ରବ୍ୟରୁ ମୋଟ ୧୨୭.୨୧ କୋଟି ଟଙ୍କା ମିଳିଛି, ଓଡିଶା ରାଜ୍ୟର ଡିଏମଏଫ ନିୟମ ଅନୁଯାୟୀ ଅତିକମରେ ୬୦% ପାଣ୍ଠି ଉଚ୍ଚ ପ୍ରାଥମିକତା କ୍ଷେତ୍ରରେ ଖର୍ଚ୍ଚ ହୋଇଥାଏ ଏବଂ ୪୦% ପାଣ୍ଠି ଅନ୍ୟାନ୍ୟ ପ୍ରାଥମିକତା କାର୍ଯ୍ୟରେ ଖର୍ଚ୍ଚ କରାଯାଏ। ଏପରିକି ଓଡ଼ିଶାର ମୟୂରଭଞ୍ଜ ଜିଲାରେ ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ର କଲ୍ୟାଣ ଯୋଜନା (ପିଏମ୍‌କେକେକେୱାଇ) ଅଧୀନରେ ମୋଟ ୮୧.୨୨ କୋଟି ଟଙ୍କାର ପାଣ୍ଠି ବିଭିନ୍ନ କ୍ଷେତ୍ରରେ ବିନିଯୋଗ ହୋଇଥିବା ମନ୍ତ୍ରୀ ଯୋଶୀ ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି। ଅପରପକ୍ଷରେ ଖଣି ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ନୂଆ ପ୍ରକଳ୍ପଗୁଡ଼ିକର ତାଲିକା ପ୍ରସ୍ତୁତ କରିବା ପାଇଁ କୁହାଯାଇଛି। ଏପରିକି ବର୍ତ୍ତମାନର ପ୍ରକଳ୍ପଗୁଡ଼ିକରେ ଡିଏମ୍‌ଏଫ୍‌ ପାଣ୍ଠିର ଉପଯୋଗକୁ ତ୍ୱରାନ୍ବିତ କରିବା ଲାଗି ପ୍ରୟାସ ଆରମ୍ଭ କରାଯାଇଥିବାବେଳେ ପାଣ୍ଠି ଆବଣ୍ଟନକୁ ବଢାଇବା ଲାଗି ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ଡିଏମ୍‌ଏଫ୍‌ ଅଧୀନରେ ମୋଟ ଆବଣ୍ଟନ ଏବଂ ସଂଗ୍ରହ ପରିମାଣ ୯୭% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri