ପ୍ରଥମ ତ୍ରୈମାସ ଅଭିବୃଦ୍ଧି ୧୧.୫% ରହିପାରେ

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କବର୍ଷ ପ୍ରଥମ ତ୍ରୈମାସରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ଅଭିବୃଦ୍ଧି ୧୧.୫% ରହିପାରେ। ସେହିଭଳି ଚଳିତ ଆର୍ଥତ୍କ ବର୍ଷରେ ଜିଡିପି ୮.୪%ରୁ ୧୦.୧% ରହିପାରେ ବୋଲି ନ୍ୟାଶନାଲ କାଉନ୍‌ସିଲ ଅଫ ଆପ୍ଲାଏଡ୍‌ ଇକୋନୋମିକ ରିସର୍ଚ୍ଚ(ଏନ୍‌ସିଏଇଆର୍‌) ପକ୍ଷରୁ ରବିବାର ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୨୦-୨୧ରେ ଜିଡିପି ୧୪୬ ଲକ୍ଷ କୋଟି ରହିବ ବୋଲି ଆକଳନ କରାଯାଇଛି। ଏହା ୨୦୧୯-୨୦ରେ ସମାନ ରହିଥିଲା। ଗତ ବର୍ଷ କରୋନା ଯୋଗୁ ଜିଡିପି -୭.୩% ଖସିଛି। ଏହାକୁ ଭରଣା କରିବାକୁ ବଜାରକୁ କିଛି ସମୟ ଲାଗିବ। ଦ୍ୱିତୀୟ ଲହର ବଜାରକୁ ପ୍ରଭାବିତ କରିଥିବା ବେଳେ ଅନେକ ଲୋକ ମୃତ୍ୟୁ ମୁଖରେ ପଡିଛନ୍ତି। ଚଳିତବର୍ଷ ଏପ୍ରିଲ ଏବଂ ମେ ମାସରେ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ଗଭୀର ଭାବେ ପ୍ରଭାବିତ ହୋଇଛି। ବର୍ତ୍ତମାନ ଅନ୍‌ଲକ୍‌ ଜାରି ହୋଇଥିବାରୁ ଆର୍ଥତ୍କ କାର୍ଯ୍ୟକଳାପରେ ସୁଧାର ପରିଲକ୍ଷିତ ହେଉଥିବା ଜଣାପଡିଛି। ସେହିଭଳି ଚଳିତ ଆର୍ଥତ୍କ ବର୍ଷରେ ଅର୍ଥ ବ୍ୟବସ୍ଥାରେ ସୁଧାର ପରିଲକ୍ଷିତ ହେବ ବୋଲି ଏସ୍‌ବିଆଇ ଅଧ୍ୟକ୍ଷ ଦିନେଶ କୁମାର ଖାରା ମତବ୍ୟକ୍ତ କରିଛନ୍ତି। କରୋନା ଦ୍ୱିତୀୟ ଘରୋଇ ବଜାର ଏବଂ ଆର୍ଥତ୍କ କାର୍ଯ୍ୟକଳାପକୁ ସ୍ଥିର କରିଦେଇଥିବା ବେଳେ ବଜାର ପୁଣି ଥରେ କ୍ରିୟାଶୀଳ ହେବ ବୋଲି ସେ ଆଶାବାଦୀ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri