ମିଳିଲା ଜିଆରପି କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା,୧।୧୨(ସଂଗୀତା ଜେନା): ରାଉରକେଲା ରେଳବାଇ ପୋଲିସ ଅଧୀକ୍ଷକ (ଏସଏସପି) କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ଜିଆରପି
କନଷ୍ଟେବଳ  ରବିବାର ରାତିରେ ନିଜ ଘରେ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ନାମ ଶେଖ ଅହମ୍ମଦ ହୁସେନ (୪୮)। ସେ ତାଙ୍କ ସ୍ତ୍ରୀ ନମିତା ମହତାବଙ୍କ ସହିତ ବାସନ୍ତୀ କଲୋନୀରେ ରହୁଥିଲେ। ଘଟଣା ସମୟରେ ତାଙ୍କ ସ୍ତ୍ରୀ ଅନ୍ୟ ଏକ କୋଠରୀରେ ଶୋଇଥିଲେ। ନମିତା ତାଙ୍କ ସ୍ବାମୀଙ୍କୁ ଉଠାଇବା ପାଇଁ କବାଟ ବାଡ଼େଇଥିଲେ, କୌଣସି ଉତ୍ତର ମିଳିଲା ନାହିଁ। ଦୀର୍ଘ ସମୟ ପର୍ଯ୍ୟନ୍ତ କୌଣସି ଉତ୍ତର ନ ପାଇବା ପରେ ସେ ପଡ଼ୋଶୀମାନଙ୍କୁ ଡାକି ଦ୍ୱାର ଭାଙ୍ଗି ଦେଇଥିଲେ। ଭିତରକୁ ପଶିବା ପରେ ଶେଖ ଅହମ୍ମଦଙ୍କୁ ସ୍କାର୍ଫ ସାହାଯ୍ୟରେ ଫ୍ୟାନରେ ଝୁଲୁଥିବା ଅବସ୍ଥାରେ ଦେଖିଥିଲେ। ଘଟଣା ସମ୍ପର୍କରେ ସ୍ଥାନୀୟ ପୋଲିସକୁ ସୂଚନା ଦିଆଯାଇଥିଲା। ପରେ ଉଦିତ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବାହାର କରି ପଞ୍ଚନାମା ପ୍ରସ୍ତୁତ କରି ପୋଷ୍ଟମର୍ଟମ ପାଇଁ ରାଉରକେଲା ସରକାରୀ ହସ୍ପିଟାଲକୁ ପଠାଇଛି। ମୃତକଙ୍କ ଏକ ଝିଅ ଅଛନ୍ତି। ଯିଏ ବାଙ୍ଗାଲୋରରେ କାମକରନ୍ତି। ସୂଚନା ଅନୁଯାୟୀ ଉଭୟ ଦମ୍ପତି ରେଳବାଇ ପୋଲିସ ଅଧୀକ୍ଷକ (ଏସ୍‌ଏସ୍‌ପି) କାର୍ଯ୍ୟାଳୟରେ କାମ କରୁଥିଲେ। ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri