ମିଳିଲା ଜିଆରପି କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା,୧।୧୨(ସଂଗୀତା ଜେନା): ରାଉରକେଲା ରେଳବାଇ ପୋଲିସ ଅଧୀକ୍ଷକ (ଏସଏସପି) କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ଜିଆରପି
କନଷ୍ଟେବଳ  ରବିବାର ରାତିରେ ନିଜ ଘରେ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ନାମ ଶେଖ ଅହମ୍ମଦ ହୁସେନ (୪୮)। ସେ ତାଙ୍କ ସ୍ତ୍ରୀ ନମିତା ମହତାବଙ୍କ ସହିତ ବାସନ୍ତୀ କଲୋନୀରେ ରହୁଥିଲେ। ଘଟଣା ସମୟରେ ତାଙ୍କ ସ୍ତ୍ରୀ ଅନ୍ୟ ଏକ କୋଠରୀରେ ଶୋଇଥିଲେ। ନମିତା ତାଙ୍କ ସ୍ବାମୀଙ୍କୁ ଉଠାଇବା ପାଇଁ କବାଟ ବାଡ଼େଇଥିଲେ, କୌଣସି ଉତ୍ତର ମିଳିଲା ନାହିଁ। ଦୀର୍ଘ ସମୟ ପର୍ଯ୍ୟନ୍ତ କୌଣସି ଉତ୍ତର ନ ପାଇବା ପରେ ସେ ପଡ଼ୋଶୀମାନଙ୍କୁ ଡାକି ଦ୍ୱାର ଭାଙ୍ଗି ଦେଇଥିଲେ। ଭିତରକୁ ପଶିବା ପରେ ଶେଖ ଅହମ୍ମଦଙ୍କୁ ସ୍କାର୍ଫ ସାହାଯ୍ୟରେ ଫ୍ୟାନରେ ଝୁଲୁଥିବା ଅବସ୍ଥାରେ ଦେଖିଥିଲେ। ଘଟଣା ସମ୍ପର୍କରେ ସ୍ଥାନୀୟ ପୋଲିସକୁ ସୂଚନା ଦିଆଯାଇଥିଲା। ପରେ ଉଦିତ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବାହାର କରି ପଞ୍ଚନାମା ପ୍ରସ୍ତୁତ କରି ପୋଷ୍ଟମର୍ଟମ ପାଇଁ ରାଉରକେଲା ସରକାରୀ ହସ୍ପିଟାଲକୁ ପଠାଇଛି। ମୃତକଙ୍କ ଏକ ଝିଅ ଅଛନ୍ତି। ଯିଏ ବାଙ୍ଗାଲୋରରେ କାମକରନ୍ତି। ସୂଚନା ଅନୁଯାୟୀ ଉଭୟ ଦମ୍ପତି ରେଳବାଇ ପୋଲିସ ଅଧୀକ୍ଷକ (ଏସ୍‌ଏସ୍‌ପି) କାର୍ଯ୍ୟାଳୟରେ କାମ କରୁଥିଲେ। ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?