ଆବାସ ଯୋଜନା ଫାଇନାଲ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌

ଝାରସୁଗୁଡା ଅଫିସ୍‌,୩୦।୯: ଝାରସୁଗୁଡା ଜିଲା ଲଖନପୁର ବ୍ଲକ୍‌ କନକତୋରା ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ଜିଆର୍‌ଏସ୍‌ ମନୋଜ ସାହୁ ଜଣେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ନିକଟରୁ ୧୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ସମ୍ପୃକ୍ତ ଅଭିଯୁକ୍ତ ଜିଆର୍‌ଏସ୍‌ ସାହୁଙ୍କୁ ଗିରଫକରି ଅଧିକ ତଦନ୍ତ ଚଳାଇଛି। ହିତାଧିକାରୀ ସୁବାସ ପ୍ରଧାନଙ୍କ ଅଭିଯୋଗକୁ ଭିତିକରି ଝାରସୁଗୁଡା ଭିଜିଲାନ୍ସ କାର୍ଯ୍ୟାଳୟ ପକ୍ଷରୁ କେଶ (ନଂ ୨୧/୨୨)ରେ ଏକ ମାମଲା ରୁଜୁକରି ଅଧିକ ତଦନ୍ତ ଜାରି ରହିଛି  ଏହି ଚଢାଉରେ ଝାରସୁଗୁଡା ଭିଜିଲାନ୍ସ ଡିଏସ୍‌ପି ପ୍ରଦୀପ କୁମାର ଆଇନ୍ଦ୍‌,ଦେବଗଡ ଭିଜିଲାନ୍ସ ଯୋଗେଶ ପଟେଲ,ଇନ୍‌ସ୍ପେକ୍ଟର ଏସ୍‌ ରଙ୍ଗୋଲି,କନେଷ୍ଟବଳ ମନୋଜ ସାହୁ ଓ ଗୌରୀଶଙ୍କର ମେହେର ପ୍ରମୁଖ ସାମିଲ ହୋଇଥିଲେ ।

ଭିଜିଲାନ୍ସ ବିଭାଗ ସୂତ୍ରରୁ ଜଣାପଡିଛି, କୁହାକୁଣ୍ଡା ଗ୍ରାମର ହିତାଧିକାରୀ ସୁବାସ ପ୍ରଧାନଙ୍କ ନାମରେ ଏକ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏକ ଘର ଆସିଥିଲା । ଏହି ଘର ସମ୍ପୃର୍ଣ୍ଣ ହେଲାପରେ ଏହାର ଫାଇନାଲ୍‌ ବିଲ୍‌ କରାଇଦେବାପାଇଁ ଜିଆର୍‌ଏସ୍‌ ସାହୁ ହିତାଧିକାରୀଙ୍କୁ ବାରମ୍ବାର ହଇରାଣ କରି ୧୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏତେଟଙ୍କା ହିତାଧିକାରୀଙ୍କ ପକ୍ଷରେ ଦେବା ସମ୍ଭବନଥିଲା । ଫଳରେ ହିତାଧିକାରୀ ପ୍ରଧାନ ଏସମ୍ପର୍କରେ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ଭିଜିଲାନ୍ସ ବିଭାଗ ପୂର୍ବପ୍ରସ୍ତୁତି ଅନୁଯାୟୀ ହିତାଧିକାରୀ ପ୍ରଧାନ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ଜିଆର୍‌ଏସ୍‌ ସାହୁଙ୍କୁ ୧୪ ହଜାର ଟଙ୍କା ଦେଉଥିବାବେଳେ ଭିଜିଲାନ୍ସ ଲାଞ୍ଚ ଟଙ୍କା ସହ ଅଭିଯୁକ୍ତଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri