ଜିଆର୍‌ଏସ୍‌ ବହିଷ୍କାର ଘଟଣା: ଦୁଇ ସପ୍ତାହ ପାଇଁ ରୋକୋ ଲଗାଇଲେ ହାଇକୋର୍ଟ

ହାଟଡିହୀ,୯ା୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବାଲିବରେଇ ପଞ୍ଚାୟତର ପୂର୍ବତନ ଜିଆର୍‌ଏସ ପୂର୍ଣ୍ଣେନ୍ଦୁ କୁମାର ଥାଟୋଇଙ୍କୁ ଜିଲାପାଳଙ୍କ ଆଦେଶ ନଂ ୮୯୫୫/୨୮.୧୧.୨୩ରେ ଚାକିରିରୁ ବହିଷ୍କାର କରାଯାଇଥିଲା। ଉକ୍ତ ବହିଷ୍କାର ଆଦେଶ ବିରୋଧରେ ଥାଟୋଇ ଗତ ୪.୧୨.୨୩ରେ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କେସ୍‌ ନଂ ଡବ୍ଲ୍ୟୁପି(ସି) ୩୯୬୧୧/୨୩ରେ ଏକ ମାମଲା ଦାୟର କରିଥିଲେ। କେନ୍ଦୁଝର ଜିଲାପାଳ, ଜିଲା ପରିଷଦ ସିଡିଓ ତଥା ଇଓ, ହାଟଡିହୀ ଏବଂ ତେଲକୋଇ ବ୍ଲକ ବିଡିଓଙ୍କୁ ପକ୍ଷଭୁକ୍ତ କରିଥିଲେ। ଗତ ୬.୧୨.୨୩ରେ ଉକ୍ତ ମାମଲାର ଶୁଣାଣି ହୋଇଥିଲା। ଦୁଇ ସପ୍ତାହ ପର୍ଯ୍ୟନ୍ତ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କିମ୍ବା ବହିଷ୍କାର କରାଯିବନି ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବା ଥାଟୋଇ କହିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୯କୁ ଧାର୍ଯ୍ୟ ହୋଇଛି।

ସୂଚନାଯୋଗ୍ୟ, ଜିଆରଏସ୍‌ ଥାଟୋଇ କିଛି ମାସ ପୂର୍ବରୁ ହାଟଡିହୀ ବ୍ଲକରୁ ତେଲକୋଇ ବ୍ଲକକୁ ବଦଳି ହୋଇଥିଲେ। ବିଭିନ୍ନ ସରକାରୀ ଯୋଜନାରେ ଅନିୟମିତତା ଏବଂ କାର୍ଯ୍ୟରେ ଅବହେଳା ହୋଇଥିବା ନେଇ ଅଭିଯୋଗ ହେବା ପରେ ବିଚାର କରି ଜିଲାପାଳ ତାଙ୍କୁ ଚାକିରିରୁ ବହିଷ୍କାର କରିଥିଲେ। ତେବେ ଥାଟୋଇ କହିଛନ୍ତି, ହୋଇଥିବା ଅଭିଯୋଗର ତଦନ୍ତ ରିପୋର୍ଟରେ ମୋର କୌଣସି ଭୂମିକା ନ ଥିବା ଉଲେଖ ରହିଛି। ଏଥିସହ ନିଜର ଏବଂ ନିଜ ବାପାଙ୍କ ଶାରୀରିକ ଅସୁସ୍ଥତାକୁ ନେଇ ବହୁବାର ଲିଖିତ ଭାବେ ପ୍ରଶାସନକୁ ଜଣାଇଛି। ଅଳ୍ପ ବେତନରେ ୧୦୦ରୁ ଊର୍ଦ୍ଧ୍ୱ କିଲୋମିଟର ଦୂର ବ୍ଲକରେ କାର୍ଯ୍ୟ କରିବା କଷ୍ଟକର ହେଉଥିବାରୁ ନିକଟସ୍ଥ ଏକ ବ୍ଲକକୁ ବଦଳି ପାଇଁ ପ୍ରାର୍ଥନା କରିଥିଲି। କିନ୍ତୁ କୌଣସି ପଦକ୍ଷେପ ନିଆଗଲା ନାହିଁ। ମୁଁ ନିର୍ଦ୍ଦୋଷ ସତ୍ତ୍ୱେ ମୋ’ ବିରୋଧରେ ପ୍ରଶାସନ ଦ୍ୱାରା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା। ଅପରପକ୍ଷେ ଏହି ଘଟଣାରେ ଅନ୍ୟ ସରକାରୀ ବାବୁମାନଙ୍କୁ ବଞ୍ଚାଇବା ପାଇଁ ଅଳ୍ପ ବେତନରେ କାର୍ଯ୍ୟ କରୁଥିବା ଛୋଟିଆ କର୍ମଚାରୀ ଜିଆରଏସ୍‌ଙ୍କୁ ବଳି ପକାଯାଇଥିବା କୁହାଯାଇଛି। ପ୍ରଶାସନର ଏପରି କାର୍ଯ୍ୟାନୁଷ୍ଠାନକୁ ନାପସନ୍ଦ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri