ମାସକ ଭିତରେ ଜିଏସ୍‌ଏସ୍‌ଓ୍ବାଇ ମେଧାବୃତ୍ତି ଆବେଦନ ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୦।୧୦(ଅସମାପିକା ସାହୁ): ଗତ ଦୁଇବର୍ଷ ହେଲା ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା(ଜିଏସ୍‌ଏସ୍‌ଓ୍ବାଇ) ମେଧାବୃତ୍ତି ଆବେଦନ ଜିଲାସ୍ତରରେ ପଡ଼ିରହିଛି। ଏହାକୁ ନେଇ ଉଚ୍ଚଶିକ୍ଷା ବିଭାଗ ଉଦ୍‌ବେଗ ପ୍ରକାଶ କରିଛି। ଏକମାସ ଭିତରେ ୨୦୨୧-୨୨ ଏବଂ ୨୦୨୨-୨୩ ଶିକ୍ଷାବର୍ଷର ଆବେଦନକୁ ବିଭାଗ ନିକଟକୁ ପଠାଇବା ପଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖାଯାଇଛି। ଓଡ଼ିଶାରେ ସ୍ବାତକ ଓ ସ୍ନାତକୋତ୍ତର ପଢ଼ିବା ପାଇଁ ଅବହେଳିତ ବର୍ଗର ଛାତ୍ରୀଛାତ୍ରଙ୍କୁ ସହାୟତା ନିମନ୍ତେ ରାଜ୍ୟ ସରକାର ଜିଏସ୍‌ଏସ୍‌ଓ୍ବାଇ ମେଧାବୃତ୍ତି ଆରମ୍ଭ କରିଥିଲେ। ଯେଉଁଥିରେ ପ୍ରତିବର୍ଷ ଛାତ୍ରୀଛାତ୍ରଙ୍କୁ ୨୦ହଜାର ଟଙ୍କା ଦିଆଯାଏ। କିନ୍ତୁ ଜିଏସ୍‌ଏସ୍‌ଓ୍ବାଇ ମେଧାବୃତ୍ତି ପାଇଁ ୨୦୨୧-୨୨ ଶିକ୍ଷାବର୍ଷରେ ୧୭୨ ଏବଂ ୨୦୨୨-୨୩ ଶିକ୍ଷାବର୍ଷରେ ୭୨୭ଟି ଆବେଦନ ଜିଲାସ୍ତରରେ ପଡ଼ିରହିଛି। ତେଣୁ ଏକମାସ ଭିତରେ ଆବେଦନର ସମସ୍ତ ଆବେଦନକୁ ଉଚ୍ଚଶିକ୍ଷା ବିଭାଗକୁ ପଠାଇବା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri