Posted inଜାତୀୟ

ଜିଏସ୍‌ଟି ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୧୨ା୮: ମୌସୁମୀ ଅଧିବେଶନର ଶେଷ ଦିନରେ ଜିଏସ୍‌ଟି ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଅନ୍‌ଲାଇନ ଗେମିଂ, କାସିନୋ ଏବଂ ହର୍ସ ରେସ୍‌ କ୍ଲବ୍‌ରେ ବେଟିଂର ପୂର୍ଣ୍ଣ ଫେସ୍‌ ଭାଲ୍ୟୁ ଉପରେ ୨୮ ପ୍ରତିଶତ ଜିଏସ୍‌ଟି ଲଗାଇବା ପାଇଁ କେନ୍ଦ୍ରୀୟ ଓ ସମନ୍ବିତ ଜିଏସ୍‌ଟି ଆଇନରେ ସଂଶୋଧନ କରାଯାଇଛି। ରାଜ୍ୟ ସଭାରେ ବିନା ଆଲୋଚନାରେ ଏହି ବିଲ୍‌ ଧ୍ୱନି ମତରେ ଗୃହୀତ ହେବା ପରେ ଲୋକ ସଭାକୁ ପଠାଯାଇଥିଲା। ଏହା ପୂର୍ବରୁ ନିମ୍ନ ସଦନ ସିଜିଏସ୍‌ଟି (ସଂଶୋଧନ) ବିଲ୍‌, ୨୦୨୩ ଏବଂ ଆଇଜିଏସ୍‌ଟି (ସଂଶୋଧନ) ବିଲ୍‌, ୨୦୨୩କୁ ଅନୁମୋଦନ କରିଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉଭୟ ଗୃହରେ ଏହି ବିଲ୍‌ ଆଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri