୫% ବୃଦ୍ଧି ପାଇଛି ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହ

କଟକ,୩।୧୧: ଚଳିତ ବର୍ଷ ଅକ୍ଟୋବରରେ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଥିବା ଜଣାପଡ଼ିଛି। ଏପରିକି ୨୦୨୨ ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ପ୍ରାୟ ୧.୫୨ ଲକ୍ଷ କୋଟି ଟଙ୍କା ହୋଇଥିବା କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ଅକ୍ଟୋବରରେ ମୋଟ ୧,୫୧,୭୧୮କୋଟି ଟଙ୍କାର ଟିକସ (ଜିଏସ୍‌ଟି) ସଂଗ୍ରହ ହୋଇଥିବା ବେଳେ ଓଡ଼ିଶାରୁ ମଧ୍ୟ ଅକ୍ଟୋବରରେ ୩,୭୬୯ କୋଟି ଟଙ୍କାର ଅଧିକ ଜିଏସ୍‌ଟି ଆକାରରେ ସଂଗୃହୀତ ହୋଇଛି।

ସେହିଭଳି ଗତବର୍ଷ ସମାନ ମାସ ତୁଳନାରେ ରାଜ୍ୟରେ ଜିଏସ୍‌ଟି ସଂଗ୍ରହ ୫% ପ୍ରତିଶତ ବୃଦ୍ଧି ପାଇଥିବା ଜଣାପଡ଼ିଛି। କାରଣ ୨୦୨୧ ଅକ୍ଟୋବରରେ ଓଡ଼ିଶାରୁ ୩,୫୯୩ କୋଟି ଟଙ୍କାର ଜିଏସ୍‌ଟି ଆଦାୟ ହୋଇଥିଲା। ଅପରପକ୍ଷରେ ଅକ୍ଟୋବରରେ ଜିଏସ୍‌ଟି ବାବଦକୁ ଓଡ଼ିଶା ମୋଟ ୩୭୬୯.୪୪ କୋଟି ଟଙ୍କା ସଂଗ୍ରହ କରିବାରେ ସଫଳ ହୋଇଛି। ଗତ ବର୍ଷ ସମାନ ସମୟ ମଧ୍ୟରେ ୩୫୯୩.୩୪ କୋଟି ଟଙ୍କା ସଂଗ୍ରହ ହୋଇଥିଲା। ସେହିପରି ଚଳିତ ଆର୍ଥିକ ବର୍ଷର ଅକ୍ଟୋବର ପର୍ଯ୍ୟନ୍ତ ସାମଗ୍ରିକ ମୋଟ ଜିଏସ୍‌ଟି ସଂଗ୍ରହ ୨୭,୯୦୧.୩୮ କୋଟି ଟଙ୍କା ରହିଥିବା ବେଳେ ଗତ ଆର୍ଥିକ ବର୍ଷର ଅକ୍ଟୋବର ପର୍ଯ୍ୟନ୍ତ ଏହାର ପରିମାଣ ୨୩,୮୯୭.୨୦ କୋଟି ଟଙ୍କା ରହିଥିଲା। ଫଳରେ ଏ କ୍ଷେତ୍ରରେ ମଧ୍ୟ ୧୬.୭୬% ଅଭିବୃଦ୍ଧି ଘଟିଛି। ତେବେ ସାମଗ୍ରିକ ରାଜ୍ୟ ଜିଏସ୍‌ଟି ସଂଗ୍ରହ କ୍ଷେତ୍ରରେ ଚଳିତ ଆର୍ଥିକ ବର୍ଷ ଅକ୍ଟୋବର ପର୍ଯ୍ୟନ୍ତ ୮,୨୬୪.୫୯ କୋଟି ଟଙ୍କା ସଂଗୃହୀତ ହୋଇଥିବା ବେଳେ ଗତ ଆର୍ଥିକ ବର୍ଷର ଏହି ଅବଧି ମଧ୍ୟରେ ୬,୮୧୯.୯୧ କୋଟି ଟଙ୍କା ସଂଗ୍ରହ ହୋଇଥିଲା।

ଏ କ୍ଷେତ୍ରରେ ୨୧.୧୮% ଅଭିବୃଦ୍ଧି ଘଟିଛି। ଗତ ବର୍ଷ ତୁଳନାରେ ଚଳିତ ଆର୍ଥିକ ବର୍ଷର ଅକ୍ଟୋବର ପର୍ଯ୍ୟନ୍ତ କେନ୍ଦ୍ରୀୟ ଜିଏସ୍‌ଟି (ସିଜିଏସ୍‌ଟି), ସମନ୍ବିତ ଜିଏସ୍‌ଟି (ଆଇଜିଏସ୍‌ଟି) ଏବଂ ଅତିରିକ୍ତ ଟିକସ କ୍ଷେତ୍ରରେ ସାମଗ୍ରିକ ବୃଦ୍ଧି ହାର ଯଥାକ୍ରମେ ୧୮.୯୧%, ୮.୧୩% ଏବଂ ୨୧.୧୦% ରହିଛି। ତେବେ ୨୦୨୨ ଅକ୍ଟୋବରରେ ଓଡ଼ିଶା ପାଖରେ ଥିବା ଜିଏସ୍‌ଟି ରାଜସ୍ବ ସଂଗ୍ରହ ୧,୯୩୪.୭୦ କୋଟି ଟଙ୍କା ହୋଇଥିବା ବେଳେ ଗତ ବର୍ଷ ଅକ୍ଟୋବରରେ ଉକ୍ତ ପରିମାଣ ୧,୩୭୧.୦୯ କୋଟି ଟଙ୍କା ଥିଲା। ଏ କ୍ଷେତ୍ରରେ ମଧ୍ୟ ୪୧.୧୦% ଅଭିବୃଦ୍ଧି ଘଟିଛି।

ସେହିପରି ଚଳିତ ଆର୍ଥିକ ବର୍ଷର ଅକ୍ଟୋବର ପର୍ଯ୍ୟନ୍ତ ରାଜ୍ୟ ପାଖରେ ଥିବା ସାମଗ୍ରିକ ଜିଏସ୍‌ଟି ରାଜସ୍ବ ସଂଗ୍ରହ ପରିମାଣ ୧୦,୪୪୪.୫୮ କୋଟି ଟଙ୍କା ହୋଇଥିବା ବେଳେ ୨୦୨୧ ଅକ୍ଟୋବର ପର୍ଯ୍ୟନ୍ତ ଏହି ପରିମାଣ ୯,୦୫୨.୬୧ କୋଟି ଟଙ୍କା ହୋଇଥିଲା। ଏ କ୍ଷେତ୍ରରେ ମଧ୍ୟ ୧୫.୩୮% ଅଭିବୃଦ୍ଧି ଘଟିଛି। ସୂଚନାଯୋଗ୍ୟ, ଚଳିତ ଆର୍ଥିକ ବର୍ଷର ଅକ୍ଟୋବର ପର୍ଯ୍ୟନ୍ତ ମୋଟ ୨୮.୨୩୪ ଜଣ ଟିକସଦାତାଙ୍କୁ ଜିଏସ୍‌ଟି ପରିସରଭୁକ୍ତ କରାଯାଇଥିବାବେଳେ ଗତ ଆର୍ଥକ ବର୍ଷର ଏହି ସମୟ ମଧ୍ୟରେ ୨୭.୯୨୦ ଜଣ ଟିକସଦାତାଙ୍କୁ ଜିଏସ୍‌ଟି ପରିସରଭୁକ୍ତ କରାଯାଇଥିଲା ବୋଲି ବାଣିଜ୍ୟ କର ଏବଂ ଜିଏସ୍‌ଟି କମିଶନରଙ୍କ କଟକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?