୨୦୨୩ରେ ଜିଏସ୍‌ଟି ସଂଗ୍ରହ ୧୫.୧୪% ବଢ଼ିଛି

ଭୁବନେଶ୍ୱର, ୩ା୪(ବ୍ୟୁରୋ): ୨୦୨୩ ମାର୍ଚ୍ଚରେ ଓଡ଼ିଶା ମୋଟ ଜିଏସ୍‌ଟି ବାବଦକୁ ୪୭୪୯.୦୨ କୋଟି ଟଙ୍କା ସଂଗ୍ରହ କରିଛି। ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୪୧୨୪.୬୬ କୋଟି ଟଙ୍କା ଥିଲା। ଏ କ୍ଷେତ୍ରରେ ଗତ ବର୍ଷର ମାର୍ଚ୍ଚ ତୁଳନାରେ ୧୫.୧୪% ଅଭିବୃଦ୍ଧି ଘଟିଛି। ପୁନଶ୍ଚ ୨୦୨୩ ମାର୍ଚ୍ଚର ମୋଟ ଜିଏସ୍‌ଟି ବାବଦକୁ ଦ୍ୱିତୀୟ ସର୍ବାଧିକ ସର୍ବକାଳୀନ ସଂଗ୍ରହ ହୋଇଛି। ସେହିପରି ରାଜ୍ୟ ଜିଏସ୍‌ଟି (ଓଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି (ଆଇଜିଏସ୍‌ଟି) ଫଇସଲା ବାବଦକୁ ୨୦୨୩ ମାର୍ଚ୍ଚରେ ଓଡ଼ିଶାକୁ ୧୯୭୭.୪୫ କୋଟିି ଟଙ୍କା ଜିଏସ୍‌ଟି ମିଳିବ। ୨୦୨୨ ମାର୍ଚ୍ଚରେ ଏହି ରାଶି ୧୭୦୯.୧୪ କୋଟି ଟଙ୍କା ଥିଲା। ଫଳରେ ଏ କ୍ଷେତ୍ରରେ ୧୫.୬୯ ପ୍ରତିଶତ ଅଭିବୃଦ୍ଧି ଘଟିଛି।
ଅନ୍ୟପଟେ ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟ ପାଇବାକୁ ଥିବା ମୋଟ ଜିଏସ୍‌ଟି ପରିମାଣ ୧୮,୭୬୬.୫୮ କୋଟି ଟଙ୍କା ହୋଇଥିବା ବେଳେ ୨୦୨୧-୨୨ ଆର୍ଥିକ ବର୍ଷରେ ଏହି ପରିମାଣ ୧୬,୩୯୨.୨୪ କୋଟି ଟଙ୍କା ଥିଲା। ଏ କ୍ଷେତ୍ରରେ ୧୪.୪୮ ପ୍ରତିଶତ ଅଭିବୃଦ୍ଧି ଘଟିଛି। ୨୦୨୩ ମାର୍ଚ୍ଚରେ ପେଟ୍ରୋଲ ଓ ମଦରୁ ୧୯୧୭.୨୯ କୋଟି ଟଙ୍କାର ଭାଟ୍‌ ସଂଗ୍ରହ କରାଯାଇଥିବା ବେଳେ ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୧୬୩୯.୫୩ କୋଟି ଟଙ୍କା ଥିଲା। ଫଳରେ ଏ କ୍ଷେତ୍ରରେ ୧୩.୨୧ ପ୍ରତିଶତ ଅଭିବୃଦ୍ଧି ଘଟିଛି। ସେହିପରି ୨୦୨୨-୨୩ ଆର୍ଥିକ ବର୍ଷରେ ୧୧,୯୭୪.୬୫ କୋଟି ଟଙ୍କାର ଭାଟ ରାଜସ୍ବ ସଂଗ୍ରହ କରାଯାଇଥିବା ବେଳେ ୨୦୨୧-୨୨ ଆର୍ଥିକ ବର୍ଷରେ ଏହି ସଂଗ୍ରହ ପରିମାଣ ୯,୯୬୫.୬୦ କୋଟି ଟଙ୍କା ଥିଲା। ଏ କ୍ଷେତ୍ରରେ ୨୦.୧୬ ପ୍ରତିଶତ ଅଭିବୃଦ୍ଧି ହାସଲ ହୋଇପାରିଛି। ରାଜ୍ୟ ବାଣିଜ୍ୟକର ଏବଂ ଜିଏସ୍‌ଟି ସଂସ୍ଥା ଦ୍ୱାରା ସଂଗ୍ରହ କରାଯାଇଥିବା ବିଭିନ୍ନ ଟିକସ (ଜିଏସ୍‌ଟି, ଭାଟ, ବୃତ୍ତିଗତ କର, ପ୍ରବେଶ ଶୁଳ୍କ) ବାବଦକୁ ରାଜସ୍ବ ପରିମାଣ ୨୦୨୨-୨୩ ଆର୍ଥିକ ବର୍ଷରେ ୩୧୧୫୮.୩୩ କୋଟି ଟଙ୍କା ହୋଇଥିବାବେଳେ ୨୦୨୧-୨୨ ଆର୍ଥିକ ବର୍ଷରେ ଏହା ୨୬୭୫୬.୧୮ କୋଟି ଟଙ୍କା ଥିଲା, ଫଳରେ ଏ କ୍ଷେତ୍ରରେ ୧୬.୪୫ ପ୍ରତିଶତ ଅଭିବୃଦ୍ଧି ଘଟିଛି। ଇ-ୱେବିଲ୍‌ ନିର୍ଗମନ କ୍ଷେତ୍ରରେ ମଧ୍ୟ ୧୭.୯୩ ପ୍ରତିଶତ ଅଭିବୃଦ୍ଧି ଘଟିଛି। ୨୦୨୩ ମାର୍ଚ୍ଚରେ ୨୧.୯୧ ଲକ୍ଷ ସଂଖ୍ୟକ ଇ-ୱେବିଲ୍‌ ନିର୍ଗମନ କରାଯାଇଥିବାବେଳେ ୨୦୨୨ ମାର୍ଚ୍ଚରେ ୧୮.୫୮ ଲକ୍ଷ ଇ-ୱେବିଲ୍‌ ନିର୍ଗମନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?