୧.୦୪ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି ଆଦାୟ

ନୂଆଦିଲ୍ଲୀ: ଚଳିତ ବର୍ଷ ନଭେମ୍ବରରେ ସରକାର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦକୁ ୧.୦୪ ଲକ୍ଷ କୋଟି ଟଙ୍କା ଆଦାୟ କରିଛନ୍ତି। ଲଗାତର ଦ୍ୱିତୀୟ ମାସ ଲାଗି ଜିଏସ୍‌ଟି ଆଦାୟ ଲକ୍ଷେ କୋଟି ଟଙ୍କା ଟପିଥିବା ଜଣାପଡିଛି। ଗତ ବର୍ଷ ନଭେମ୍ବର ତୁଳନାରେ ଚଳିତ ବର୍ଷ ସମାନ ସମୟରେ ପରୋକ୍ଷ ଟିକସ ଆଦାୟ ୧.୪% ଉର୍ଦ୍ଧ୍ୱରେ ରହିଛି। ଓଡ଼ିଶା କଥା ବିଚାରକୁ ନେଲେ ଜିଏସ୍‌ଟି ସଂଗ୍ରହ ପ୍ରାୟ ୮% ବଢିଛି। ଗତ ବର୍ଷ ନଭେମ୍ବରରେ ରାଜ୍ୟରୁ ୨,୩୪୭ କୋଟି ଜିଏସ୍‌ଟି ସଂଗ୍ରହ ହୋଇଥିବା ବେଳେ ଏହା ଚଳିତ ବର୍ଷ ସମାନ ସମୟରେ ଏହା ୨,୫୨୮ କୋଟି ଟଙ୍କାକୁ ବୃଦ୍ଧି ଘଟିଥିବା ଅର୍ଥମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସୂଚନା ରହିଛି।
ସଂଗ୍ରହ ହୋଇଥିବା ମୋଟ ଜିଏସ୍‌ଟି ମଧ୍ୟରୁ କେନ୍ଦ୍ର ଜିଏସ୍‌ଟି(ସିଏସ୍‌ଟି) ୧୯,୧୮୯ କୋଟି, ରାଜ୍ୟ ଜିଏସ୍‌ଟି(ଏସ୍‌ଜିଏସ୍‌ଟି) ୨୫,୫୪୦ କୋଟି ଏବଂ ସମନ୍ବିତ ଜିଏସ୍‌ଟି(ଆଇଜିଏସ୍‌ଟି)ର ଅଂଶ ୫୧,୯୯୨ କୋଟି ଟଙ୍କା ରହିଛି। ଆଇଜିଏସ୍‌ଟି ମଧ୍ୟରେ ସାମଗ୍ରୀ ଆମଦାନୀ ଟିକସ ବାବଦ ୨୨,୦୭୮ କୋଟି ଏବଂ ୮୨୪୨ କୋଟି ଟଙ୍କାର ସେସ୍‌ ରହିଛି। ନଭେମ୍ବର ୩୦ ସୁଦ୍ଧା ଜିଏସ୍‌ଟିଆର୍‌ ୩ବି ରିଟର୍ନ ଫାଇଲ ସଂଖ୍ୟା ବୃଦ୍ଧି ପାଇ ୮୦ ଲକ୍ଷ ଛୁଇଁଛି। ସାମଗ୍ରୀ ଆମଦାନୀରୁ ଟିକସ ଜନିତ ରାଜସ୍ବ ୪.୯% ବଢିଛି। ସେହିଭଳି ଘରୋଇ ଟ୍ରାଞ୍ଜାକଶନ( ସେବା ଆମଦାନୀ ସହ) ଟିକସ ଆଦାୟ ୦.୫% ବୃଦ୍ଧି ପାଇଛି।
କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ପ୍ରାୟ ୮ ମାସ ଟିକସ ସଂଗ୍ରହ ଗଭୀର ଭାବେ ପ୍ରଭାବିତ ହୋଇଥିଲା। ହେଲେ ଅକ୍ଟୋବରରେ ପ୍ରଥମଥର ଲାଗି ଟିକସ ଆଦାୟ ଲକ୍ଷେ କୋଟି ଟଙ୍କା ଟପି ୧.୦୫ ଲକ୍ଷ କୋଟି ରହିଛି। ବର୍ତ୍ତମାନ ସୁଦ୍ଧା ଅନେକ ରାଜ୍ୟରେ ଜିଏସ୍‌ଟି ଆଦାୟ ପ୍ରଭାବିତ ସ୍ଥିତିରେ ରହିଛି। ଟିକସ ସଂଗ୍ରହ ସମ୍ପୂର୍ଣ୍ଣ ଟ୍ରାକକୁ ଫେରିବା ଲାଗି ସମୟ ଲାଗିବ। ଅର୍ଥ ବ୍ୟବସ୍ଥାକୁ ସରକାର ଧୀରେ ଧୀରେ ଖୋଲୁଥିବାରୁ ଆର୍ଥତ୍କ କାର୍ଯ୍ୟକଳାପ ଟ୍ରାକକୁ ଫେରୁଛି। ସବୁ କିଛି ଠିକ୍‌ ସ୍ଥିତିକୁ ଫେରିବା ଯାଏ ଟିକସ ସଂଗ୍ରହ ଉନ୍ନତ ହେବ ବୋଲି ସରକାର ଆଶାବାଦୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri