ଜୁଲାଇରେ ୧.୬୫ ଲକ୍ଷ କୋଟିରୁ ଅଧିକ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୮(ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଚତୁର୍ଥ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ମଙ୍ଗଳବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଜୁଲାଇରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୬୫ (୧,୬୫,୧୦୫) ଲକ୍ଷ କୋଟି ଟଙ୍କାରୁ ଅଧିକ ଟିକସ ଆକାରରେ ସଂଗ୍ରହ କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ୨୦୨୩-୨୪ ଜୁଲାଇରେ ସଂଗୃହୀତ ଟିକସ ପରିମାଣ ୧୧% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କ୍ରମାଗତ ୧୭ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ୮ମ ଥର ପାଇଁ ୧.୫ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ କରାଯାଇଛି। ସେହିଭଳି ୫ମ ଥର ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟି ଟଙ୍କା ଉପରେ ରହିଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ୨୦୨୩ ଜୁଲାଇରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୬୫,୧୦୫ ଲକ୍ଷ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୨୯,୭୭୩ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୭,୬୨୩ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୫,୯୩୦ କୋଟି (ସାମଗ୍ରୀ ଆମଦାନୀରେ ୪୧,୨୩୯ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୧,୭୭୯ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୮୪୦ କୋଟି ଟଙ୍କା ସାମିଲ) ର ଟିକସ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୩୯,୭୮୫ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୩,୧୮୮ କୋଟି ଟଙ୍କା ପରିଶୋଧ କରିଛନ୍ତି। ଅପରପକ୍ଷରେ ଓଡ଼ିଶାରୁ ଚଳିତ ଆର୍ଥିକ ବର୍ଷର ୪ର୍ଥ ମାସରେ ୪୨୪୫ (୪୨୪୫.୪୦) କୋଟି ଟଙ୍କାରୁ ଅଧିକ ଟିକସ ସଂଗ୍ରହ କରାଯାଇଛି। ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ପ୍ରାୟ ୩୬୫୨(୩୬୫୧.୬୧) କୋଟି ଟଙ୍କାରୁ ଅଧିକ ରହିଥିଲା, ଯାହା ଚଳିତ ଆର୍ଥକ ବର୍ଷର ଜୁଲାଇ ଅବଧିରେ ୧୬% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri