ମାର୍ଚ୍ଚରେ ୧.୬ ଲକ୍ଷ କୋଟିରୁ ଅଧିକ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୪: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି। ଏହା ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପ୍ରତିଫଳିତ ହେଉଛି। ଏପରିକି ୨୦୨୩ ମାର୍ଚ୍ଚର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି। ବିଶେଷକରି ଚଳିତ ବର୍ଷ ମାର୍ଚ୍ଚରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୬ (୧,୬୦,୧୨୨) ଲକ୍ଷ କୋଟି ଟଙ୍କାରୁ ଅଧିକ ଟିକସ ଆକାରରେ ସଂଗ୍ରହ କରାଯାଇଛି। ଅପରପକ୍ଷରେ ୨୦୨୨ ମାର୍ଚ୍ଚରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୪୩ ଲକ୍ଷ କୋଟି ଟଙ୍କା ରହିଥିଲା। ଗତ ବର୍ଷ ମାର୍ଚ୍ଚରେ ସଂଗୃହୀତ ଜିଏସ୍‌ଟି ରାଜସ୍ବ ଅପେକ୍ଷା ଚଳିତ ବର୍ଷ ମାର୍ଚ୍ଚରେ ଟିକସ ସଂଗ୍ରହ ପ୍ରାୟ ୧୩% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ୨୦୨୩ ମାର୍ଚ୍ଚରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୬୦,୧୨୨ ଲକ୍ଷ କୋଟି ଟଙ୍କା ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୨୯,୫୪୬ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି(ଏସ୍‌ଜିଏସ୍‌ଟି)୩୭,୩୧୪ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୨,୯୦୭ କୋଟି (ସାମଗ୍ରୀ ଆମଦାନୀରେ ୪୨,୫୦୩ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୦,୩୫୫ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୯୬୦ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି। ସୂଚନାଯୋଗ୍ୟ, କ୍ରମାଗତ ୧୨ ମାସ ଲାଗି ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟି ରହିଥିବା ବେଳେ ଚଳିତ ଆର୍ଥିକ ବର୍ଷରେ ୨ୟ ଥର ପାଇଁ ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟି ଟଙ୍କା ପାର କରିଥିବା ଜଣାପଡ଼ିଛି। ସେହିଭଳି ୨୦୨୨-୨୩ ଆର୍ଥିକ ବର୍ଷରେ ୪ର୍ଥ ଥର ପାଇଁ ୧.୫ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ କରାଯାଇଥିବା ସୂଚନା ମିଳିଛି। ଏପରିକି ୨୦୨୨-୨୩ ଏପ୍ରିଲରେ ସର୍ବାଧିକ ଟିକସ ପ୍ରାୟ ୧.୬୮ ଲକ୍ଷ କୋଟି ସଂଗ୍ରହ ହୋଇଥିଲା। ଓଡ଼ିଶାରୁ ଚଳିତ ବର୍ଷ ମାର୍ଚ୍ଚରେ ୪୭୪୯ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ବର୍ଷ ଏହି ସମୟ ମଧ୍ୟରେ ଆଦାୟ ଟିକସ ପରିମାଣ ୪୧୨୫ କୋଟି ଟଙ୍କା ରହିଥିଲା ଯାହା ଚଳିତ ବର୍ଷ ୧୫.୧୪% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ୧୮ଟ୍ରିଲିୟନ(୧୮ଲକ୍ଷ କୋଟି ଟଙ୍କା)ର ଟିକସ ଆଦାୟ କରାଯାଇଥିବାବେଳେ ଗତ ଆର୍ଥିକ ବର୍ଷର ଟିକସ ପରିମାଣଠାରୁ ୨୨% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri