ମାର୍ଚ୍ଚରେ ୧.୬ ଲକ୍ଷ କୋଟିରୁ ଅଧିକ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୪: ଦେଶର ଅର୍ଥନୀତିକୁ ସଶକ୍ତ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଉଛନ୍ତି। ଏହା ଦେଶର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଆଦାୟରେ ପ୍ରତିଫଳିତ ହେଉଛି। ଏପରିକି ୨୦୨୩ ମାର୍ଚ୍ଚର ଜିଏସ୍‌ଟି ସଂଗ୍ରହ ସମ୍ପର୍କରେ ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି। ବିଶେଷକରି ଚଳିତ ବର୍ଷ ମାର୍ଚ୍ଚରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୬ (୧,୬୦,୧୨୨) ଲକ୍ଷ କୋଟି ଟଙ୍କାରୁ ଅଧିକ ଟିକସ ଆକାରରେ ସଂଗ୍ରହ କରାଯାଇଛି। ଅପରପକ୍ଷରେ ୨୦୨୨ ମାର୍ଚ୍ଚରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୪୩ ଲକ୍ଷ କୋଟି ଟଙ୍କା ରହିଥିଲା। ଗତ ବର୍ଷ ମାର୍ଚ୍ଚରେ ସଂଗୃହୀତ ଜିଏସ୍‌ଟି ରାଜସ୍ବ ଅପେକ୍ଷା ଚଳିତ ବର୍ଷ ମାର୍ଚ୍ଚରେ ଟିକସ ସଂଗ୍ରହ ପ୍ରାୟ ୧୩% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ୨୦୨୩ ମାର୍ଚ୍ଚରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୬୦,୧୨୨ ଲକ୍ଷ କୋଟି ଟଙ୍କା ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୨୯,୫୪୬ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି(ଏସ୍‌ଜିଏସ୍‌ଟି)୩୭,୩୧୪ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୨,୯୦୭ କୋଟି (ସାମଗ୍ରୀ ଆମଦାନୀରେ ୪୨,୫୦୩ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୦,୩୫୫ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୯୬୦ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି। ସୂଚନାଯୋଗ୍ୟ, କ୍ରମାଗତ ୧୨ ମାସ ଲାଗି ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟି ରହିଥିବା ବେଳେ ଚଳିତ ଆର୍ଥିକ ବର୍ଷରେ ୨ୟ ଥର ପାଇଁ ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟି ଟଙ୍କା ପାର କରିଥିବା ଜଣାପଡ଼ିଛି। ସେହିଭଳି ୨୦୨୨-୨୩ ଆର୍ଥିକ ବର୍ଷରେ ୪ର୍ଥ ଥର ପାଇଁ ୧.୫ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ କରାଯାଇଥିବା ସୂଚନା ମିଳିଛି। ଏପରିକି ୨୦୨୨-୨୩ ଏପ୍ରିଲରେ ସର୍ବାଧିକ ଟିକସ ପ୍ରାୟ ୧.୬୮ ଲକ୍ଷ କୋଟି ସଂଗ୍ରହ ହୋଇଥିଲା। ଓଡ଼ିଶାରୁ ଚଳିତ ବର୍ଷ ମାର୍ଚ୍ଚରେ ୪୭୪୯ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ବର୍ଷ ଏହି ସମୟ ମଧ୍ୟରେ ଆଦାୟ ଟିକସ ପରିମାଣ ୪୧୨୫ କୋଟି ଟଙ୍କା ରହିଥିଲା ଯାହା ଚଳିତ ବର୍ଷ ୧୫.୧୪% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ୧୮ଟ୍ରିଲିୟନ(୧୮ଲକ୍ଷ କୋଟି ଟଙ୍କା)ର ଟିକସ ଆଦାୟ କରାଯାଇଥିବାବେଳେ ଗତ ଆର୍ଥିକ ବର୍ଷର ଟିକସ ପରିମାଣଠାରୁ ୨୨% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri