ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ ଡିସେମ୍ବରରେ ମୋଟ GST ସଂଗ୍ରହ ୧.୭୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି, ଯାହା ଗତ ବର୍ଷର ସମାନ ଅବଧି ତୁଳନାରେ ୬.୧ ପ୍ରତିଶତ ଅଧିକ।

ନଭେମ୍ବରରେ ଏହି ସଂଗ୍ରହ ୧.୭୦ ଲକ୍ଷ କୋଟି ଟଙ୍କା ଥିବାବେଳେ ଡିସେମ୍ବରରେ ଏହା ବୃଦ୍ଧି ପାଇଛି। ଗତ ତିନି ମାସ ମଧ୍ୟରେ ଏହା ସର୍ବାଧିକ ଅଭିବୃଦ୍ଧି ବୋଲି ଜଣାପଡ଼ିଛି। ଚଳିତ ମାସର ଅଭିବୃଦ୍ଧିରେ ଘରୋଇ କାରବାର ଅପେକ୍ଷା ଆମଦାନୀ ଶୁଳ୍କର ଅବଦାନ ଅଧିକ ରହିଛି। ଆମଦାନୀରୁ GST ସଂଗ୍ରହ ପ୍ରାୟ ୨୦ ପ୍ରତିଶତ ବୃଦ୍ଧି ପାଇଥିବାବେଳେ ଘରୋଇ GST ସଂଗ୍ରହ ମାତ୍ର ୧.୨ ପ୍ରତିଶତ ବଢ଼ିଛି। ରିଫଣ୍ଡ ପରେ ନିଟ୍ GST ରାଜସ୍ୱ ୧.୪୬ ଲକ୍ଷ କୋଟି ଟଙ୍କା ରହିଛି, ଯାହା ଗତବର୍ଷ ତୁଳନାରେ ୨.୨ ପ୍ରତିଶତ ଅଧିକ।

ମହାରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ ଏବଂ ତାମିଲନାଡୁ ଭଳି ପ୍ରମୁଖ ଶିଳ୍ପ ସମୃଦ୍ଧ ରାଜ୍ୟଗୁଡ଼ିକ GST ସଂଗ୍ରହ କ୍ଷେତ୍ରରେ ସର୍ବାଧିକ ଅବଦାନ ରଖିଛନ୍ତି। ସେପ୍ଟେମ୍ବର ମାସରେ ସରକାର ଟିକସ ହାରରେ କିଛି ପରିବର୍ତ୍ତନ କରିବା ପରେ ରାଜସ୍ୱ ସଂଗ୍ରହରେ ଏହି ସୁଧାର ଦେଖିବାକୁ ମିଳିଛି। ଏହା ଦେଶର ଅର୍ଥନୀତିର ସ୍ଥିରତା ଏବଂ ବଜାର ଚାହିଦାକୁ ସୂଚାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri