ରାଜ୍ୟକୁ ମିଳୁନି ଜିଏସ୍‌ଟି କ୍ଷତିପୂରଣ

ଭୁବନେଶ୍ୱର,୨୮ା୭(ବ୍ୟୁରୋ):ରାଜ୍ୟକୁ ମିଳୁନି ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବକେୟା। କେନ୍ଦ୍ରର ଏନ୍‌ଡିଏ ସରକାର ୨୦୧୭ ଜୁଲାଇ ପହିଲାରୁ ସମସ୍ତ ଟିକସ ଉଚ୍ଛେଦ କରି ସମଗ୍ର ଦେଶରେ ଜିଏସ୍‌ଟି ଲାଗୁ କରିଥିଲେ। ଏହା ଲାଗୁ ହେବା ପରେ ଯଦି ଟିକସ ଅଭିବୃଦ୍ଧି ୧୪ ପ୍ରତିଶତ ନ ହେବ ତେବେ ୨୦୧୪-୧୫ ଆର୍ଥିକ ବର୍ଷକୁ ମୂଳ ବର୍ଷ(ବେସ୍‌ ଇୟର) ଭାବେ ଧରି ପ୍ରତି ୩ ମାସରେ ଆଗାମୀ ୫ ବର୍ଷ ଲାଗି କେନ୍ଦ୍ର ସରକାର ରାଜ୍ୟର ଜିଏସ୍‌ଟି ବାବଦ କ୍ଷତି ଭରଣା କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ଜିଏସ୍‌ଟି ଲାଗୁ ହେବାର ୪ ବର୍ଷ ବିତିଯିବାକୁ ବସିଥିବା ବେଳେ କେନ୍ଦ୍ର ସରକାର ଓଡ଼ିଶାର ଜିଏସ୍‌ଟି ବକେୟା ୨,୭୩୮ କୋଟି ଦେଇନାହାନ୍ତି। ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧୩୪୯ କୋଟି ଟଙ୍କାର ଜିଏସ୍‌ଟି ବକେୟା ରହିଛି। ୨୦୧୭ରୁ ୨୦୧୯-୨୦ ଯାଏ ଓଡ଼ିଶା ସମେତ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଜିଏସ୍‌ଟି କ୍ଷତିପୂରଣ ବକେୟା ପ୍ରଦାନ କରାଯାଇଛି। ଓଡ଼ିଶାକୁ କେନ୍ଦ୍ର ସରକାର ଜିଏସ୍‌ଟି କ୍ଷତିପୂରଣ ବାବଦରେ ୧୪,୦୭୭ କୋଟି ଟଙ୍କା ପ୍ରଦାନ କରିଛନ୍ତି।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ କେନ୍ଦ୍ର ସରକାର ୨୦୧୭-୧୮ରେ ଜିଏସ୍‌ଟି କ୍ଷତିପୂରଣ ୨,୩୪୮ କୋଟି ଟଙ୍କା ପ୍ରଦାନ କରିଥିବା ବେଳେ ୨୦୧୮-୧୯ରେ ୪,୨୪୧ କୋଟି ଜିଏସ୍‌ଟି କ୍ଷତିପୂରଣ ବାବଦରେ ପ୍ରଦାନ କରିଛନ୍ତି। ସେହିପରି ୨୦୧୯-୨୦ରେ ୫,୩୩୨ କୋଟି ପ୍ରଦାନ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ପାଇଁ ୨୦୨୦-୨୧ରେ ୨,୧୫୬ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ୨୦୨୧-୨୨ ଆର୍ଥିକ ବର୍ଷରେ କୌଣସି ସହାୟତା ପ୍ରଦାନ କରାଯାଇ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଆର୍ଥତ୍କ ସ୍ଥିତି ଉପରେ ମହାମାରୀର ପ୍ରଭାବ ପଡିଛି। କମ୍‌ ଜିଏସ୍‌ଟି ଆଦାୟ ହେଉଥିବାରୁ ଅଧିକ କ୍ଷତିପୂରଣ ଚାପ କେନ୍ଦ୍ର ଉପରେ ପଡୁଛି। ୨୦୨୦ରୁ ୨୦୨୧ ମଧ୍ୟରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ୯୧ ହଜାର କୋଟି ଟଙ୍କା ଆଂଶିକ କ୍ଷତିପୂରଣ ରାଶି ବାବଦରେ ପ୍ରଦାନ କରାଯାଇଛି। ଏହା ଜିଏସ୍‌ଟି କ୍ଷତି ଭରଣାରେ ପର୍ଯ୍ୟାପ୍ତ ନୁହେଁ ବୋଲି ମନ୍ତ୍ରୀ କହିଛନ୍ତି। ଜିଏସ୍‌ଟି ପରିଷଦ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ୨୦୨୦-୨୧ ଆର୍ଥିକ ବର୍ଷରେ କେନ୍ଦ୍ର ସରକାର ୧.୧ ଲକ୍ଷ କୋଟି ଟଙ୍କା ଋଣ କରିଛନ୍ତି। ଜିଏସ୍‌ଟି କ୍ଷତି ଭରଣା ପାଇଁ ଏହାକୁ ରାଜ୍ୟଗୁଡ଼ିକୁ ଋଣ ଆକାରରେ ପ୍ରଦାନ କରାଯିବ। ଏଥିସହିତ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଋଣ ଦେବା ସକାଶେ ଚଳିତ ଆର୍ଥିକ ବର୍ଷରେ ଖୋଲା ବଜାରରୁ ୧.୫୯ ଲକ୍ଷ କୋଟି ଟଙ୍କା ଋଣ କରିଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri