Posted inଜାତୀୟ

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଟିକସ ମୁକ୍ତ

ନୂଆଦିଲ୍ଲୀ, ୧୨।୬: ବ୍ଲାକ୍‌ ଫଙ୍ଗସ୍‌ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍‌ଟି କାଉନସିଲ ବୈଠକ ପରେ ରେମ୍‌ଡେସିଭିର ଭଳି କୋଭିଡ୍‌-୧୯ ଔଷଧ ଏବଂ ମେଡିକାଲ ଅକ୍ସିଜେନ୍‌, କନ୍‌ସେଣ୍ଟ୍ରେଟର ଆଦି ହସ୍ପିଟାଲ ସରଞ୍ଜାମ ଉପରେ ସେବା ଓ ଦ୍ରବ୍ୟ ଟିକସ (ଜିଏସ୍‌ଟି) ହ୍ରାସ କରାଯାଇଛି। ତେବେ କୋଭିଡ୍‌ ଟିକା ଉପରେ ଟିକସ ୫ ପ୍ରତିଶତ ଅପରିବର୍ତ୍ତିତ ରହିଛି। ଟିକା ଉପରୁ ଜିଏସ୍‌ଟି କମାଇବା ପାଇଁ ହେଉଥିବା ଦାବିକୁ କାଉନସିଲ୍‌ ଗ୍ରହଣ କରିନାହିଁ। ଏହି ଟିକସ ହ୍ରାସ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୈଧ ରହିବ। ପରେ ସମୟସୀମା ବଢ଼ାଯାଇପାରେ ବୋଲି କୁହାଯାଇଛି।

ଜିଏସ୍‌ଟି କାଉନସିଲର ନିଷ୍ପତ୍ତି ଅନୁଯାୟୀ ବ୍ଲାକ୍‌ ଫଙ୍ଗସ୍‌ ଚିକିତ୍ସାରେ ବ୍ୟବହୃତ ହେଉଥିବା ୨ଟି ଔଷଧ ମନୋକ୍ଲୋନାଲ ଆଣ୍ଟିବଡି ଟୋସିଲିଜୁମାବ୍‌ ଏବଂ ଆମ୍ଫୋଟେରିସିନ୍‌-ବି ଉପରେ ଆଦୌ ଟିକସ ଦେବାକୁ ପଡ଼ିବ ନାହିଁ। କୋଭିଡ୍‌ ଟିକା ଉପରେ ୫ ପ୍ରତିଶତ ଜିଏସ୍‌ଟି କାଏମ ରହିଥିବା ବେଳେ ହ୍ୟାଣ୍ଡ ସାନିଟାଇଜର, ପଲ୍ସ ଅକ୍ସିମିଟର, ବିଆଇପିଏପି ମେଶିନ, ଟେଷ୍ଟିଂ କିଟ୍‌, ଆମ୍ବୁଲାନ୍ସ ଏବଂ ତାପମାତ୍ରା ଯାଞ୍ଚ ଆଦି ୧୮ଟି ଉପକରଣ ଉପରେ ଜିଏସ୍‌ଟି ହାର କମାଇ ଦିଆଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି, ସରକାର ସମସ୍ତ ଟିକା କିଣି ନାଗରିକମାନଙ୍କୁ ମାଗଣାରେ ଦେଉଥିବାରୁ ୫% ଜିଏସ୍‌ଟିର କୌଣସି ଅତିରିକ୍ତ ବୋଝ ସାଧାରଣ ନାଗରିକଙ୍କ ଉପରେ ପଡ଼ିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri