Posted inଜାତୀୟ

ଆଜିଠାରୁ ଆରମ୍ଭ ହେବ GST କାଉନସିଲ ବୈଠକ: ଜାଣନ୍ତୁ କେଉଁ ଜିନିଷ ସବୁ ହୋଇପାରେ ଶସ୍ତା

ନୂଆଦିଲ୍ଲୀ, ୩।୯: ଆଜିଠାରୁ ସାମଗ୍ରୀ ଏବଂ ସେବା ଟିକସ ପରିଷଦ (GST Council Meeting)ର ବୈଠକ ଆରମ୍ଭ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସରେ GST ଢାଞ୍ଚାରେ ଏକ ବ୍ୟାପକ ସଂସ୍କାର ଆଣିବାକୁ ଘୋଷଣା କରିଥିଲେ। ତାହାକୁ ଦୃଷ୍ଟିରେ ରଖି, GST ପରିଷଦର ଏହି ବୈଠକ ବହୁତ ଗୁରୁତ୍ୱପୂର୍ଣ୍ଣ ହୋଇଯାଇଛି। ବୈଠକରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଉପରେ GST ହ୍ରାସ କରିବାର ନିଷ୍ପତ୍ତି ନିଆଯାଇପାରେ। ଘିଅ, ବଟର, ଟୁଥପେଷ୍ଟ, ସାମ୍ପୁ, ପନିର, କ୍ଷୀର ପାଉଡର, ସିମେଣ୍ଟ ଏବଂ କାର ସମେତ ସାଧାରଣ ଲୋକଙ୍କ ଦ୍ୱାରା ବ୍ୟବହୃତ ଅନେକ ସାମଗ୍ରୀ ଉପରେ ମଧ୍ୟ GST ହ୍ରାସ କରାଯାଇପାରେ। ସାଧାରଣ ଗ୍ରାହକ ଏବଂ ଛୋଟ ବ୍ୟବସାୟୀମାନେ ଏହାର ସିଧାସଳଖ ଲାଭ ପାଇବେ।

 

କେନ୍ଦ୍ର ସରକାର ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି)ରେ ବଡ଼ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଦୈନନ୍ଦିନ ବ୍ୟବହାର୍ଯ୍ୟ ସାମଗ୍ରୀ ସମେତ ବିଦ୍ୟୁତ୍‌ଚାଳିତ ଯାନରେ ଟିକସ ହ୍ରାସ ପ୍ରସ୍ତାବ ଉପରେ ବିଚାର ପାଇଁ ବୁଧବାରଠାରୁ ୨ ଦିନିଆ ଜିଏସ୍‌ଟି କାଉନ୍‌ସିଲ୍‌ ବୈଠକ ବସୁଛି। ବର୍ତ୍ତମାନ ଜିଏସ୍‌ଟିରେ ୪ଟି ସ୍ଲାବ୍‌ ରହିଥିବାବେଳେ ୧୨ ଏବଂ ୨୮% ସ୍ଲାବ୍‌କୁ ହଟାଇ କେବଳ ୫ ଏବଂ ୧୮% ସ୍ଲାବ୍‌ ରଖିବାକୁ ପ୍ରସ୍ତାବ ରହିଛି। ତମାଖୁ ଆଦି କେତେକ ସାମଗ୍ରୀ ଉପରେ ୪୦% ଜିଏସ୍‌ଟି ଲଗାଇବା ପ୍ରସ୍ତାବ ଉପରେ ବିଚାର କରାଯିବ। ୧୨ ଏବଂ ୨୮% ସ୍ଲାବ୍‌ରେ ଥିବା ସାମଗ୍ରୀଗୁଡ଼ିକ ୫ ଏବଂ ୧୮% ସ୍ଲାବ୍‌ ମଧ୍ୟକୁ ଆସିଲେ ବିଭିନ୍ନ ସାମଗ୍ରୀ ଶସ୍ତା ହେବ ବୋଲି ଆଶା କରାଯାଉଛି। ତେବେ ଏହାଦ୍ୱାରା ରାଜ୍ୟଗୁଡ଼ିକ ସହିବାକୁ ଥିବା ରାଜସ୍ବ କ୍ଷତି ଭରଣା ପାଇଁ ବିରୋଧୀଶାସିତ ରାଜ୍ୟଗୁଡ଼ିକ କ୍ଷତିପୂରଣ ଦାବି କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଗଠିତ ଜିଏସ୍‌ଟି କାଉନ୍‌ସିଲ୍‌ରେ ସମସ୍ତ ରାଜ୍ୟର ମନ୍ତ୍ରୀ ସଦସ୍ୟ ରହିଛନ୍ତି। ଜିଏସ୍‌ଟିରେ ସଂସ୍କାର ଯୋଜନା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଭାଷଣରେ ସୂଚନା ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୬୦ ରୁ ୮୦ ବିଲିୟନ ଡଲାର୍‌ର ସେଟ୍‌ଲମେଣ୍ଟ୍‌!: ଏନ୍‌ଭିଡିଆ CEO ଜେନ୍ସନ୍‌ ହୁଆଙ୍ଗଙ୍କ ସମ୍ଭାବ୍ୟ ଛାଡ଼ପତ୍ରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୧: ବିଶ୍ୱର ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ‘ଏନ୍‌ଭିଡିଆ’ (NVIDIA) ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ଜେନ୍ସନ୍‌ ହୁଆଙ୍ଗ ଏବଂ ତାଙ୍କ ପତ୍ନୀ ଲୋରି ହୁଆଙ୍ଗଙ୍କୁ ନେଇ…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ସବିତାଙ୍କୁ ବିଶ୍ରାମ, ଦଳକୁ ଫେରିଲେ ବନସାରି

ନୂଆଦିଲ୍ଲୀ, ୧୦ା୧୧: ଭୋପାଳଠାରେ ହେବାକୁଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫି ମହିଳା ହକି ଟୁର୍ନାମେଣ୍ଟ ପାଇଁ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଭେଟେରାନ ଗୋଲ୍‌କିପର ସବିତା ପୁନିଆଙ୍କୁ…

ଜନ୍ମ ହେବାର ଗୋଟିଏ ଦିନରେ ପୁଅକୁ ହରାଇଥିଲେ ସୋନିଆ ଗାନ୍ଧୀ; ବହିରେ ବଡ଼ ଖୁଲାସା, ରାହୁଲ ନୁହନ୍ତି…

କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁ ପ୍ରତୀକ୍ଷିତ ଆତ୍ମଜୀବନୀ ‘ବିଲଙ୍ଗିଙ୍ଗ: ଏ ଜର୍ଣ୍ଣି ଅଫ ଲଭ’ ୧୦ ନଭେମ୍ବର ମଙ୍ଗଳବାର ପ୍ରକାଶିତ ହୋଇଛି। ପୁସ୍ତକରେ ଗାନ୍ଧୀ ପରିବାରଙ୍କ…

ୟୁଏଇ ଜାତୀୟ ଦଳରେ ଖେଳିପାରନ୍ତି ଭାରତର ଏହି ପୂର୍ବତନ ଉଇକେଟକିପର, ଜାଣନ୍ତୁ…

ଆବୁ ଧାବି, ୧୦।୧୧: ଭାରତର ପୂର୍ବତନ ଉଇକେଟକିପର ବ୍ୟାଟର କେଏସ୍‌ ଭରତ ୟୁଏଇ ଜାତୀୟ ଦଳ ଜରିଆରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଆସନ୍ତା…

ଶୁକ୍ରଙ୍କ ସିଧା ଚଳନ: ୧୪ ନଭେମ୍ୱରରୁ ବଦଳିବ ୪ ରାଶିର ଭାଗ୍ୟ; ବଢିବ ଧନ, ଚାକିରିରେ ଭଲ ଅଫର୍‌…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଭୌତିକ ସୁଖ, ବୈଭବ, ପ୍ରେମ, ଦାମ୍ପତ୍ୟ ଜୀବନ ଏବଂ ଆର୍ଥିକ ସମୃଦ୍ଧିର ପ୍ରତିନିଧି ଗ୍ରହ ଭାବେ ବିବେଚନା କରାଯାଏ। ଏଣୁ ଶୁକ୍ରଙ୍କ ଚଳନରେ…

ବନ୍ୟା ପ୍ରଭାବିତଙ୍କୁ ରନ୍ଧନ ଖାଦ୍ୟ ବଣ୍ଟନ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ଓ ଭାରତ ସ୍କାଉଟ ଆଣ୍ଡ…

ସାକ୍ଷୀଙ୍କୁ ଜେଲରୁ ଧମକ ମାମଲା ତୃତୀୟଥର ଥାନାରେ ହାଜର ହେଲେ ବିକ୍ରମ

ବ୍ରହ୍ମପୁର,୧୦ା୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଧମକ ଘଟଣାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା…

ଦିବ୍ୟାଙ୍ଗ ଶିଶୁଙ୍କୁ ସହାୟତାର ହାତ, ୨୬୦ଙ୍କ ସ୍ୱାସ୍ଥ୍ୟ ପରୀକ୍ଷାରୁ ୧୧୨ ଚିହ୍ନଟ

ଦାରିଙ୍ଗବାଡ଼ି, ୧୦।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅନ୍ତର୍ଗତ ରାପଡ଼ାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?