Posted inଜାତୀୟ

ସମସ୍ତ ସୁପାରିସ ମାନିବାକୁ ରାଜ୍ୟ ସରକାର ବାଧ୍ୟ ନୁହନ୍ତି

ନୂଆଦିଲ୍ଲୀ,୧୯।୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ବ୍ୟାପାରରେ ଆଇନ ପ୍ରଣୟନ କରିବା କ୍ଷମତା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ରହିଛି। ଜିଏସ୍‌ଟି କାଉନସିଲର ସମସ୍ତ ସୁପାରିସକୁ ରାଜ୍ୟଗୁଡ଼ିକ ଗ୍ରହଣ କରିବାକୁ ବାଧ୍ୟ ନୁହନ୍ତି। ତେବେ ଏହାର କେବଳ ପ୍ରେରଣାଦାୟକ ମୂଲ୍ୟ ରହିବ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଥିଲେ, ଏହା ଟିକସ ସମ୍ପର୍କିତ ବ୍ୟାପାର ହୋଇଥିବାରୁ ଆଇନ ପ୍ରଣୟନ କରିବା କ୍ଷମତା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ରହିଛି। ଏକ ବ୍ୟବହାରିକ ସମାଧାନରେ ପହଞ୍ଚତ୍ବା ଲାଗି ସୌହାର୍ଦ୍ଦ୍ୟପୂର୍ବକ କାର୍ଯ୍ୟ କରିବା ଲାଗି ଜିଏସ୍‌ଟି କାଉନସିଲ୍‌ର ଆବଶ୍ୟକତା ରହିଛି। ଗୁଜରାଟ ହାଇକୋର୍ଟଙ୍କ ରାୟ ବିରୋଧରେ ହୋଇଥିବା ପିଟିଶନର ବିଚାର ବେଳେ ଖଣ୍ଡପୀଠ ଭାରତୀୟ ସଂଘୀୟବାଦ ଉପରେ ଗୁରୁତ୍ୱ ଦେଇଥିଲେ। ଆମଦାନିକାରୀଙ୍କ ସାମଗ୍ରୀ ଉପରେ ସମନ୍ବିତ ଦ୍ରବ୍ୟ ଓ ସେବା କର (ଆଇଜିଏସ୍‌ଟି) ଲଗାଇବା ପାଇଁ କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତିକୁ ହାଇକୋର୍ଟ ଖାରଜ କରିଦେଇଥିଲେ। ସର୍ବୋଚ୍ଚ ଅଦାଲତ ଉକ୍ତ ରାୟକୁ କାଏମ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଗଣତନ୍ତ୍ରରେ ଭୋଟର ତାଲିକା

ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ…

ସଫଳ ସାହିତ୍ୟ ସ୍ରଷ୍ଟା

ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri