ଜିଏସ୍‌ଟି ଠକେଇ ଅଭିଯୋଗ: ଫର୍ନିଚର ଶୋ’ରୁମ୍‌ରେ ଚଢ଼ାଉ

ବାଲେଶ୍ୱର ଅଫିସ,୧୮।୧୧: ଜିଏସ୍‌ଟି (ଗୁଡ୍‌ ସର୍ଭିସ୍‌ ଟ୍ୟାକ୍ସ) ଠକେଇ ଅଭିଯୋଗରେ ଏନଫୋର୍ସମେଣ୍ଟ ଟିମ୍‌ ପକ୍ଷରୁ ବୁଧବାର ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସହରର ସିନେମା ହଲ୍‌ ଛକ ନିକଟସ୍ଥ ପଣ୍ଡା ଫର୍ନିଚର ଶୋ’ରୁମ୍‌ ଏବଂ ଉକ୍ତ ମାଲିକଙ୍କ ଅନ୍ୟ ଏକ ୟୁନିଟ୍‌ ସଦର ଥାନା ଅଧୀନ ବିରୁହାଁ ଛକ ନିକଟରେ ଥିବ ନୀଳଚକ୍ର ଫର୍ନିଚର ଉପରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଖାତାପତ୍ର ତନଖି କରାଯାଇଥିଲା। ପୋଲିସ ଉପସ୍ଥିତିରେ ଦୁଇଜଣିଆ ଅଫିସର ଟିମ୍‌ ପ୍ରାୟ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଯାଞ୍ଚ କରିଥିଲେ। ଶୋରୁମ୍‌ରେ କିଣାବିକା ଏବଂ ଗଚ୍ଛିତ ଥିବା ସମସ୍ତ କାଗଜପତ୍ରକୁ ଯାଞ୍ଚ କରାଯାଉଛି। ତଦନ୍ତ ସରିବା ପରେ ଜଣାପଡ଼ିବ ବୋଲି ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri