ଏବେ ପେଟ୍ରୋଲ,ଡିଜେଲରେ ଜିଏସ୍‌ଟି ସମ୍ଭବ ନୁହେଁ

ମୁମ୍ବାଇ: ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲକୁ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ ଟି) ପରିସରକୁ ଆଣିବା ସମ୍ଭବ ନୁହେଁ। ଏଥିପାଇଁ ୧୦ ବର୍ଷ ସମୟ ଲାଗିଯିବ ବୋଲି ଭାଜପା ନେତା ସୁଶୀଲ କୁମାର ମୋଦି ବୁଧବାର କହିଛନ୍ତି। ଯଦି ତେଲରେ ବର୍ତ୍ତମାନ ଜିଏସ୍‌ଟି ଲାଗେ ତେବେ ରାଜ୍ୟଗୁଡିକ ବାର୍ଷିକ ୨ ଲକ୍ଷ କୋଟି ଟଙ୍କାର କ୍ଷତି ସହିବେ। ପେଟ୍ରୋଲିୟମ ଉତ୍ପାଦରୁ କେନ୍ଦ୍ର ଏବଂ ରାଜ୍ୟ ମିଳିତ ଭାବେ ୫ ଲକ୍ଷ କୋଟି ଟଙ୍କା ସଂଗ୍ରହ କରୁଛନ୍ତି। ରାଜ୍ୟ ସଭାରେ ଫାଇନାନ୍ସ ବିଲ୍‌ ୨୦୨୧ ଆଲୋଚନାରେ ଭାଗନେଇ ସେ ଏହି ସୂଚନା ଦେଇଛନ୍ତି। ବର୍ତ୍ତମାନ ଦେଶର ବିଭିନ୍ନ ପ୍ରାନ୍ତରେ ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୧୦୦ ଟଙ୍କା ଛୁଇଁଛି। ଏଣୁ ମୋଦିଙ୍କର ଏଭଳି ଉତ୍ତରକୁ ନେଇ ବେଶ୍‌ ଚର୍ଚ୍ଚା ଧରିଛି। ସେ ପୁଣି କହିଛନ୍ତି, ରାଜ୍ୟଗୁଡିକ ବାର୍ଷିକ ୨ ଲକ୍ଷ କୋଟି ଟଙ୍କାର ରାଜସ୍ବ କ୍ଷତି ସହିବାକୁ ବର୍ତ୍ତମାନ ପ୍ରସ୍ତୁତ ନାହାନ୍ତି। ତେବେ ପେଟ୍ରୋଲିୟମ ପ୍ରଡକ୍ଟ ଯଦି ଜିଏସ୍‌ଟି ପରିସରକୁ ଆସେ ତେବେ ଏହା ଉପରେ ୨୮% ଟିକସ ଲାଗୁ ହୋଇପାରିବ; ଯାହା ସର୍ବୋଚ୍ଚ ଟିକସ ସ୍ଲାବ୍‌। ବର୍ତ୍ତମାନ ପେଟ୍ରୋଲିୟମ ପ୍ରଡକ୍ଟ ଉପରେ ୬୦% ଟିକସ ଲାଗୁ ହେଉଛି। ଜିଏସ୍‌ଟିକୁ ଆସିଲେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ୨ରୁ ୨.୫ ଲକ୍ଷ କୋଟି ଟଙ୍କା ରାଜସ୍ବ କ୍ଷତି ସହିବେ। ତେଲରୁ ସରକାର ଯେଉଁ ଟିକସ ଆଦାୟ କରୁଛନ୍ତି ତାହା ସରକାରଙ୍କ ପକେଟକୁ ଯାଉ ନାହିଁ। ଦେଶ ବର୍ତ୍ତମାନ ଚ୍ୟାଲେଞ୍ଜିଂ ସ୍ଥିତି ଦେଇ ଗତି କରୁଥିବାରୁ ବିଭିନ୍ନ ଜନମଙ୍ଗଳ କାର୍ଯ୍ୟରେ ଏହାକୁ ବ୍ୟବହାର କରାଯାଉଛି। କେତେକେ ଜିଏସ୍‌ଟିକୁ ଗବର ସିଂ ଟାକ୍ସ କହୁଛନ୍ତି। ଜିଏସ୍‌ଟି ଢାଞ୍ଚାକୁ କୌଣସି ରାଜ୍ୟ ଜିଏସ୍‌ଟି ପରିଷଦ ବୈଠକରେ ବିରୋଧ କରିନାହାନ୍ତି ବୋଲି ମୋଦି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri