କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି।
କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି।
୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ଭରଣା କେନ୍ଦ୍ର ଦେବ। ରାଜ୍ୟ ସରକାରଗୁଡିକ ଏହି ପ୍ରସଙ୍ଗକୁ ବର୍ତ୍ତମାନ ଧରି ବସିଛନ୍ତି। ରାଜ୍ୟଗୁଡିକର ଏହି ଦଲିଲକୁ ନେଇ ଆଟର୍ନି ଜେନେରାଲ ଆଇନଗତ ପକ୍ଷ ସାମ୍ନାରେ ରଖିଛନ୍ତି। ରାଜସ୍ବ ହ୍ରାସ ଭରଣା ଲାଗି ବଜାରରୁ ଋଣ ଉଠାଯିବ କିମ୍ବା ଅନ୍ୟ ବିକଳ୍ପ ଦିଗରେ ଜିଏସ୍‌ଟି ପରିଷଦ ନିଷ୍ପତ୍ତି ନେବ ବୋଲି ଆଟର୍ନି ଜେନେରାଲ କହିଛନ୍ତି। ଅଧିକ ରାଜସ୍ବ ସଂଗ୍ରହ କରିବା ଲାଗି ଜିଏସ୍‌ଟି ହାରରେ ପରିବର୍ତ୍ତନ, କ୍ଷତି ପୂରଣ ସେସ୍‌ ହାର ବଢ଼ାଇବା କିମ୍ବା ଏହା ମଧ୍ୟରେ ଅଧିକ ସାମଗ୍ରୀକୁ ଅନ୍ତର୍ଭୁକ୍ତ କରାଇବାର ବିକଳ୍ପ ଜିଏସ୍‌ଟି ପରିଷଦ ନିକଟରେ ରହିଛି। ଏହାବାଦ ଜିଏସ୍‌ଟି ସ୍ଲାବ୍‌ରେ ଆମୂଳଚୂଳ ପରିବର୍ତ୍ତନ କରିବା ପ୍ରସଙ୍ଗକୁ ମଧ୍ୟ ବିଚାର କରାଯାଇପାରେ। ଏହା ମଧ୍ୟ ହୋଇପାରେ ଯେ, ବର୍ତ୍ତମାନ ସ୍ଥିତିରେ ବଜାରରୁ ଋଣ ଉଠାଇବା ଲାଗି ଜିଏସ୍‌ଟି ପରିଷଦ ରାଜ୍ୟଗୁଡିକୁ ପରାମର୍ଶ ଦେଇପାରେ। ଆଗାମୀ ଦିନରେ ମିଳିବାକୁ ଥିବା କ୍ଷତିପୂରଣରୁ ଏହାର ଭରଣା କରିବା ଭଳି ପଦକ୍ଷେପ ରାଜ୍ୟ ନେଇପାରିବେ ବୋଲି କୁହାଯାଇପାରେ। ୨୦୧୯-୨୦ରେ ରାଜ୍ୟଗୁଡିକୁ କ୍ଷତିପୂରଣ ଭାବେ ୧.୬୫ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହି ସମୟ ଅବଧିରେ କେନ୍ଦ୍ର ସରକାର ଜିଏସ୍‌ଟି କ୍ଷତିପୂରଣ ସେସ୍‌ ଭାବେ ୯୫୪୪୪ କୋଟି ଟଙ୍କା ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri