କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି।
କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି।
୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ଭରଣା କେନ୍ଦ୍ର ଦେବ। ରାଜ୍ୟ ସରକାରଗୁଡିକ ଏହି ପ୍ରସଙ୍ଗକୁ ବର୍ତ୍ତମାନ ଧରି ବସିଛନ୍ତି। ରାଜ୍ୟଗୁଡିକର ଏହି ଦଲିଲକୁ ନେଇ ଆଟର୍ନି ଜେନେରାଲ ଆଇନଗତ ପକ୍ଷ ସାମ୍ନାରେ ରଖିଛନ୍ତି। ରାଜସ୍ବ ହ୍ରାସ ଭରଣା ଲାଗି ବଜାରରୁ ଋଣ ଉଠାଯିବ କିମ୍ବା ଅନ୍ୟ ବିକଳ୍ପ ଦିଗରେ ଜିଏସ୍‌ଟି ପରିଷଦ ନିଷ୍ପତ୍ତି ନେବ ବୋଲି ଆଟର୍ନି ଜେନେରାଲ କହିଛନ୍ତି। ଅଧିକ ରାଜସ୍ବ ସଂଗ୍ରହ କରିବା ଲାଗି ଜିଏସ୍‌ଟି ହାରରେ ପରିବର୍ତ୍ତନ, କ୍ଷତି ପୂରଣ ସେସ୍‌ ହାର ବଢ଼ାଇବା କିମ୍ବା ଏହା ମଧ୍ୟରେ ଅଧିକ ସାମଗ୍ରୀକୁ ଅନ୍ତର୍ଭୁକ୍ତ କରାଇବାର ବିକଳ୍ପ ଜିଏସ୍‌ଟି ପରିଷଦ ନିକଟରେ ରହିଛି। ଏହାବାଦ ଜିଏସ୍‌ଟି ସ୍ଲାବ୍‌ରେ ଆମୂଳଚୂଳ ପରିବର୍ତ୍ତନ କରିବା ପ୍ରସଙ୍ଗକୁ ମଧ୍ୟ ବିଚାର କରାଯାଇପାରେ। ଏହା ମଧ୍ୟ ହୋଇପାରେ ଯେ, ବର୍ତ୍ତମାନ ସ୍ଥିତିରେ ବଜାରରୁ ଋଣ ଉଠାଇବା ଲାଗି ଜିଏସ୍‌ଟି ପରିଷଦ ରାଜ୍ୟଗୁଡିକୁ ପରାମର୍ଶ ଦେଇପାରେ। ଆଗାମୀ ଦିନରେ ମିଳିବାକୁ ଥିବା କ୍ଷତିପୂରଣରୁ ଏହାର ଭରଣା କରିବା ଭଳି ପଦକ୍ଷେପ ରାଜ୍ୟ ନେଇପାରିବେ ବୋଲି କୁହାଯାଇପାରେ। ୨୦୧୯-୨୦ରେ ରାଜ୍ୟଗୁଡିକୁ କ୍ଷତିପୂରଣ ଭାବେ ୧.୬୫ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହି ସମୟ ଅବଧିରେ କେନ୍ଦ୍ର ସରକାର ଜିଏସ୍‌ଟି କ୍ଷତିପୂରଣ ସେସ୍‌ ଭାବେ ୯୫୪୪୪ କୋଟି ଟଙ୍କା ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri