ମିଛ ଜରିମାନା ପକାଇ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ GST ଅଧିକାରୀ, ରେଡ୍‌ ହ୍ୟାଣ୍ଡ୍‌ରେ ଧରିଲା ଭିଜିଲାନ୍ସ

ବଲାଙ୍ଗୀର/ଟିଟିଲାଗଡ଼,୨୯ା୧୦(ସୁନିଲ କୁମାର ମହାନ୍ତି/ଶରତ ମିଶ୍ର): ଟିଟିଲାଗଡ଼ ସିଟି ଆଣ୍ଡ୍‌ ଜିଏସ୍‌ଟି ବିଭାଗ ଅଧିକାରୀ ଉମାକାନ୍ତ ମହାକୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କୁ ମିଥ୍ୟା ଜରିମାନା ପକାଇ ସମାଧାନ କରିବାକୁ ୧୨ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ରମେଶଙ୍କୁ ୨୩ ହଜାର ୬ ଶହ ଟଙ୍କା ଜରିମାନା କରାଯାଇଥିଲା। ଜରିମାନାକୁ ୭୫୦୦ ଟଙ୍କା କରିଦେବା ପାଇଁ ଉମାକାନ୍ତ ୧୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ରମେଶ ବଲାଙ୍ଗୀର ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ଆଜି ଉକ୍ତ ଅଧିକାରୀ ବ୍ୟବସାୟୀ ରମେଶଙ୍କଠାରୁ ଲାଞ୍ଚ ଟଙ୍କା ଗ୍ରହଣ କରିବା ସମୟରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ରେଡ୍‌ ହ୍ୟାଣ୍ଡରେ ମାଡ଼ି ବସିଛନ୍ତି। ଅଧିକାରୀଙ୍କ ଟିଟଲାଗଡ଼ ଅଫିସ, ବଲାଙ୍ଗୀରସ୍ଥିତ ଗାନ୍ଧୀନଗର ପଡ଼ା ଘରେ ଓ ସୋନପୁରଠାରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଥିବା ଉପ ଆରକ୍ଷୀ ଅଧୀକ୍ଷକ ପୁଲସ୍ତି ଛତ୍ରିଆ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri