ଅନଲାଇନ୍ ପେମେଣ୍ଟରେ ଲାଗିବ କି ଜିଏସଟି ?

ନୂଆଦିଲ୍ଲୀ,୯।୯: ସୋମବାର ବସିଥିବା ଜିଏସଟି ପରିଷଦ ବୈଠକରେ ଅନଲାଇନ୍ ପେମେଣ୍ଟ ଉପରେ ଜିଏସଟି ; ନାହିଁ ଏହା ଉପରେ ବଡ ନିଷ୍ପତ୍ତି ନିଆଯାଇଛି। ଡେବିଟ୍ ଏବଂ କ୍ରେଡିଟ୍ କାର୍ଡ ମାଧ୍ୟମରେ ୨୦୦୦ ଟଙ୍କା ପର୍ଯ୍ୟନ୍ତ ଛୋଟ ଅନଲାଇନ୍ କାରବାର ପାଇଁ ବିଲ୍ ଡେସ୍କ ଏବଂ ସିସିଏଭେନ୍ୟୁ ପରି ପେମେଣ୍ଟ ଏଗ୍ରିଗେଟର ଉପରେ ୧୮% ଜିଏସଟି ଲାଗୁ ହେବାର ଘୋଷଣା ଉପରେ ଆଲୋଚନା ହୋଇଥିଲା। କିନ୍ତୁ ଏ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ ଏବଂ ବର୍ତ୍ତମାନ ଫିଟମେଣ୍ଟ କମିଟିକୁ ପଠାଯାଇଛି। ଅର୍ଥାତ ବର୍ତମାନ ପାଇଁ ଏଗ୍ରିଗେଟର ମାନଙ୍କୁ ୨ ହଜାର ଟଙ୍କାରୁ କମ୍ ନେଣଦେଣ ଉପରେ କୌଣସି କର ଦେବାକୁ ପଡିବ ନାହିଁ।

ତେବେ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ କିଛି କ୍ୟାନ୍ସର ଔଷଧ ଉପରୁ ଜିଏସଟି ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ନଭେମ୍ବରରେ ହେବାକୁ ଥିବା ଆସନ୍ତା ବୈଠକରେ ସ୍ୱାସ୍ଥ୍ୟ ବୀମା ହାର ହ୍ରାସ କରିବାକୁ ପରିଷଦ ନିଷ୍ପତ୍ତି ନେବ। ସୋମବାର ଜିଏସଟି ପରିଷଦର ୫୪ ତମ ବୈଠକରେ ଅଧ୍ୟକ୍ଷତା କରିଥିବା ସୀତାରମଣ କହିଛନ୍ତି ଯେ କେତେକ କର୍କଟ ଔଷଧ ଉପରେ ଜିଏସଟି ହାର ୧୨ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ କରାଯାଇଛି। ସେହିପରି ପରିଷଦ ନମକିନ୍ ହାରକୁ ୧୮ ପ୍ରତିଶତରୁ ୧୨ ପ୍ରତିଶତକୁ ହ୍ରାସ କରିଛି ବୋଲି ସେ କହିଛନ୍ତି। ସେହିଭଳି ତୀର୍ଥଯାତ୍ରା ଉପରେ ଜିଏସଟି ହ୍ରାସ କରି ୫% କରିଦିଆଯାଇଥିବା ମଧ୍ୟ ସୂଚନା ମିଳିଛି।

ଅର୍ଥମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ଗତ ୬ ମାସ ମଧ୍ୟରେ ଅନଲାଇନ୍ ଗେମ୍ ରୁ ରାଜସ୍ୱ ୪୧୨ ପ୍ରତିଶତ ବୃଦ୍ଧି ପାଇଛି। ରେଟ୍ ରାସନାଇଜେସନ୍ ଉପରେ ଗ୍ରୁପ୍ ଅଫ୍ ମିନିଷ୍ଟର୍ସ ଏବଂ ରିଏଲ୍ ଇଷ୍ଟେଟ୍ ଉପରେ ଆଜି ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛନ୍ତି। ଅନଲାଇନ୍ ଗେମିଂ ଏବଂ କାସିନୋ ଉପରେ ସ୍ଥିତି ଦାଖଲ କରାଯାଇଛି। ଅନଲାଇନ୍ ଗେମିଂରୁ ଆୟ ୪୧୨ ପ୍ରତିଶତ ବୃଦ୍ଧି ପାଇ ୬,୯୦୯ କୋଟି ଟଙ୍କା ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri