ଜିଏସ୍‌ଟିରେ ସାମିଲ କରିବାକୁ ବିଚାର କରିବେ

ନୂଆଦିଲ୍ଲୀ,୧୪।୯: ସାରା ଦେଶରେ ବର୍ତ୍ତମାନ ତୈଳ ଦର ରେକର୍ଡ ଉଚ୍ଚତାରେ ରହିଛି। ଏଥିଯୋଗୁ ଅତ୍ୟାବଶ୍ୟକ ସାମଗ୍ରୀର ଦର ମଧ୍ୟ ଆକାଶ ଛୁଆଁ ହୋଇଛି। ସାଧାରଣ ଜନତାଙ୍କ ରୋଷରୁ ବର୍ତ୍ତିବା ପାଇଁ ସରକାର ପେଟ୍ରୋଲ ଏବଂ ଡିଜେଲକୁ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି)ରେ ସାମିଲ କରିବା ଉପରେ ବିଚାର କରିବାକୁ ଯାଉଛନ୍ତି। ଏହି ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ନାମ ଗୋପନ ରଖି ସୂଚନା ଦେଇଛନ୍ତି। ଯଦି ସରକାର ଇନ୍ଧନ ସାମଗ୍ରୀକୁ ଜିଏସ୍‌ଟିରେ ଅନ୍ତର୍ଭୁକ୍ତ କରନ୍ତି ତା’ହେଲେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ କିଛି ପରିମାଣରେ ହ୍ରାସ ହୋଇପାରେ।

ସେପ୍ଟେମ୍ବର ୧୭ରେ ହେବାକୁ ଥିବା ଜିଏସ୍‌ଟି ପରିଷଦ ବୈଠକରେ ଏହି ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ। ହେଲେ ବର୍ତ୍ତମାନ ସମୟରେ ପେଟ୍ରୋଲ ଓ ଡିଜେଲକୁ ଜିଏସ୍‌ଟି ପରିସରକୁ ଆଣିବା ସେତେଟା ସହଜ ନୁହେଁ।

ଜିଏସ୍‌ଟି ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ପରିଷଦର ତିନି ଚତୁର୍ଥାଂଶ ସଦସ୍ୟଙ୍କ ମଞ୍ଜୁରୀ ଜରୁରୀ। ଏହି ପରିଷଦରେ ସମସ୍ତ ରାଜ୍ୟର ପ୍ରତିନିଧି ଅଛନ୍ତି। ସେଥିରୁ ଅନେକ ରାଜ୍ୟ ଇନ୍ଧନକୁ ଜିଏସ୍‌ଟି ତାଲିକାରେ ଆଣିବାକୁ ବିରୋଧ କରୁଛନ୍ତି। କାରଣ ପେଟ୍ରୋଲ ଓ ଡିଜେଲ ଜିଏସ୍‌ଟିରେ ସାମିଲ ହେଲେ ରାଜ୍ୟ ସରକାରଙ୍କ ହାତରୁ ଏକ ପ୍ରମୁଖ ଆୟର ସ୍ରୋତ ଚାଲିଯିବ। ଏଣୁ ପରିଷଦର ସଦସ୍ୟମାନେ ରାଜି ହେବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?