ଜିଏସ୍‌ଟି ଚଢ଼ାଉ, ୧୭.୮୧ ଲକ୍ଷ ଟଙ୍କା ଜବତ

କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍‌ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ ବ୍ୟବସାୟ ପ୍ରତିଷ୍ଠାନ ସମେତ ୪ଟି ଜାଗାରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୧୭ ଲକ୍ଷ ୮୧ ହଜାର ୭୯୦ ଟଙ୍କା ସମେତ ବହୁ କାଗଜପତ୍ର ଜବତ କରାଯାଇଛି। ବ୍ୟବସାୟୀ ଜଣକ ହେଲେ କଟକ ଜିଲା ୪୨ ମୌଜା ଅଞ୍ଚଳର ରମେଶ ଚନ୍ଦ୍ର ଚୌଧୁରୀ।
ଜିଏସ୍‌ଟି ବିଭାଗ ପକ୍ଷରୁ ପୂର୍ବାହ୍ନ ପ୍ରାୟ ୧୧.୨୦ରୁ ରାତି ୧୦ଟା ପର୍ଯ୍ୟନ୍ତ ଚଢ଼ାଉ ଜାରି ରହିଥିଲା। ଏହି ଚଢ଼ାଉରେ ୪ଟି ଟିମ୍‌ରେ ୨୦ ଜଣ ଜିଏସ୍‌ଟି ଅଧିକାରୀ ସାମିଲ ହୋଇଥିଲେ। ରମେଶଙ୍କ ଓଏମ୍‌ପି ଛକସ୍ଥିତ ମୁଖ୍ୟ ବ୍ୟବସାୟ ପ୍ରତିଷ୍ଠାନ ପଞ୍ଚମୁଖୀ ସାନିଟାରି, ଓଏମ୍‌ପି ଓ ମଧୁପାଟଣାରେ ଥିବା ଗୋଦାମ ଓ ରାଜେନ୍ଦ୍ରନଗରସ୍ଥିତ ତାଙ୍କ ବାସଭବନରେ ଚଢ଼ାଉ ହୋଇଥିଲା। ବ୍ୟବସାୟୀଙ୍କ ଘରୁ ପାଖାପାଖି ୧୭ ଲକ୍ଷ ୫୦ ହଜାର ୭୯୦ ଟଙ୍କା ଓ ବ୍ୟବସାୟ ପ୍ରତିଷ୍ଠାନରୁ ୩୦,୫୦୦ ଟଙ୍କା ଜବତ କରାଯାଇଥିବା ଜଣାପଡିଛି। ଅପରପକ୍ଷରେ ଘରୁ ମିଳିଥିବା ଏତେ ପରିମାଣର ଟଙ୍କା ବ୍ୟାଙ୍କରେ ଜମା ହେବାକୁ ରଖାଯାଇଥିବା ରମେଶ ଜିଏସ୍‌ଟି ଅଧିକାରୀଙ୍କୁ କହିଛନ୍ତି। ତେବେ ଅଧିକ ତଦନ୍ତ ଓ ଯାଞ୍ଚ ପରେ ଏହାର ସତ୍ୟତା ଜଣାପଡ଼ିବ ବୋଲି ସିଟି ଜିଏସ୍‌ଟି ଅଧିକାରୀ ବିରଞ୍ଚି ମହାନନ୍ଦିଆ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri