୧୭ ଅଳଙ୍କାର ଦୋକାନ ଉପରେ ଜିଏସ୍‌ଟି ଚଢ଼ାଉ

ଭୁବନେଶ୍ୱର,୫।୧୦ ବାଣିଜ୍ୟ କର ଏବଂ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି)ର ଏନଫୋର୍ସମେଣ୍ଟ ୟୁନିଟ୍‌ ସୋମବାର ରାଜ୍ୟର ୧୮ଟି ସହରର ୧୭ଟି ଅଳଙ୍କାର ଦୋକାନ ଉପରେ ଚଢ଼ାଉ କରିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ସିଟି ଜିଏସ୍‌ଟି ବିଭାଗର ମିଳିତ ଟିମ୍‌ ଜରିଆରେ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ଉପରେ ଏଭଳି ବଡ଼ ଧରଣର ଚଢ଼ାଉ ଚାଲିଥିବା ଜଣାପଡିଛି। ରାଜ୍ୟର ବିଭିନ୍ନ ଅଳଙ୍କାର ପ୍ରତିଷ୍ଠାନ ସମେତ ଅନ୍ୟ ସଂସ୍ଥା ସହ ଜଡ଼ିତ ଥିବା କିଛି ବ୍ୟବସାୟୀ ଦୀର୍ଘ ଦିନ ହେବ ଆୟକର ସାଙ୍ଗକୁ ଜିଏସ୍‌ଟି ଫାଙ୍କି ବ୍ୟବସାୟ କରୁଥିବା ଅଭିଯୋଗ ରହିଥିଲା। ଫଳରେ ଜିଏସ୍‌ଟି କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶରେ ଏକକାଳୀନ ରାଜ୍ୟର ଛୋଟ ବଡ଼ ଅଳଙ୍କାର ପ୍ରତିଷ୍ଠାନଗୁଡିକରେ ଏଭଳି ଚଢ଼ାଉ କରାଯାଇଛି। ପାର୍ବଣ ଏବଂ ଧନତେରସ ଆସୁଥିବାରୁ ବ୍ୟବସାୟୀମାନେ ବିଭିନ୍ନ ଢଙ୍ଗରେ ଗ୍ରାହକଙ୍କୁ ଠକୁ ଥିବା ମଧ୍ୟ ଦେଖାଯାଇଛି। ଏଭଳି ବିଭିନ୍ନ ଦିଗକୁ ବିଚାର କରି କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାପଡ଼ିଛି। ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର, ବାରିପଦା, କେନ୍ଦ୍ରପଡା, ରାଉରକେଲା ଓ ବରଗଡ଼ ଭଳି ପ୍ରମୁଖ ସହରର ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ସୁନାର ଓଜନ, ମାନ ପରୀକ୍ଷା ସାଙ୍ଗକୁ କ୍ରୟ ଓ ବିକ୍ରୟର ବିଲ୍‌ ଭଳି ବିଭିନ୍ନ ଘଟଣାକୁ ତଦନ୍ତ ପରିସରଭୁକ୍ତ କରାଯାଇଥିବା ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ କହିଛନ୍ତି। ଉଲ୍ଲେଖଯୋଗ୍ୟ, ନିକଟରେ ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରୁ ପ୍ରାୟ ୩ କିଲୋ ଓଜନର ବେଆଇନ ସୁନା କାରବାର ଉପରେ ଚଢ଼ାଉ କରାଯାଇ ଜରିମାନା ସଂଗ୍ରହ କରାଯାଇଥିଲା। ଜିଏସ୍‌ଟି କମିଶନର ଜିଏସ୍‌ଟି ଠକେଇ ଓ ବେଆଇନ ସୁନା ଅଳଙ୍କାର କାରବାର ଉପରେ ନଜର ରଖିତ୍ବା ପାଇଁ ଏନଫୋର୍ସମେଣ୍ଟ ୟୁନିଟ୍‌କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍‌ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri