୧୭ ଅଳଙ୍କାର ଦୋକାନ ଉପରେ ଜିଏସ୍‌ଟି ଚଢ଼ାଉ

ଭୁବନେଶ୍ୱର,୫।୧୦ ବାଣିଜ୍ୟ କର ଏବଂ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି)ର ଏନଫୋର୍ସମେଣ୍ଟ ୟୁନିଟ୍‌ ସୋମବାର ରାଜ୍ୟର ୧୮ଟି ସହରର ୧୭ଟି ଅଳଙ୍କାର ଦୋକାନ ଉପରେ ଚଢ଼ାଉ କରିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ସିଟି ଜିଏସ୍‌ଟି ବିଭାଗର ମିଳିତ ଟିମ୍‌ ଜରିଆରେ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ଉପରେ ଏଭଳି ବଡ଼ ଧରଣର ଚଢ଼ାଉ ଚାଲିଥିବା ଜଣାପଡିଛି। ରାଜ୍ୟର ବିଭିନ୍ନ ଅଳଙ୍କାର ପ୍ରତିଷ୍ଠାନ ସମେତ ଅନ୍ୟ ସଂସ୍ଥା ସହ ଜଡ଼ିତ ଥିବା କିଛି ବ୍ୟବସାୟୀ ଦୀର୍ଘ ଦିନ ହେବ ଆୟକର ସାଙ୍ଗକୁ ଜିଏସ୍‌ଟି ଫାଙ୍କି ବ୍ୟବସାୟ କରୁଥିବା ଅଭିଯୋଗ ରହିଥିଲା। ଫଳରେ ଜିଏସ୍‌ଟି କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶରେ ଏକକାଳୀନ ରାଜ୍ୟର ଛୋଟ ବଡ଼ ଅଳଙ୍କାର ପ୍ରତିଷ୍ଠାନଗୁଡିକରେ ଏଭଳି ଚଢ଼ାଉ କରାଯାଇଛି। ପାର୍ବଣ ଏବଂ ଧନତେରସ ଆସୁଥିବାରୁ ବ୍ୟବସାୟୀମାନେ ବିଭିନ୍ନ ଢଙ୍ଗରେ ଗ୍ରାହକଙ୍କୁ ଠକୁ ଥିବା ମଧ୍ୟ ଦେଖାଯାଇଛି। ଏଭଳି ବିଭିନ୍ନ ଦିଗକୁ ବିଚାର କରି କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାପଡ଼ିଛି। ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର, ବାରିପଦା, କେନ୍ଦ୍ରପଡା, ରାଉରକେଲା ଓ ବରଗଡ଼ ଭଳି ପ୍ରମୁଖ ସହରର ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ସୁନାର ଓଜନ, ମାନ ପରୀକ୍ଷା ସାଙ୍ଗକୁ କ୍ରୟ ଓ ବିକ୍ରୟର ବିଲ୍‌ ଭଳି ବିଭିନ୍ନ ଘଟଣାକୁ ତଦନ୍ତ ପରିସରଭୁକ୍ତ କରାଯାଇଥିବା ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ କହିଛନ୍ତି। ଉଲ୍ଲେଖଯୋଗ୍ୟ, ନିକଟରେ ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରୁ ପ୍ରାୟ ୩ କିଲୋ ଓଜନର ବେଆଇନ ସୁନା କାରବାର ଉପରେ ଚଢ଼ାଉ କରାଯାଇ ଜରିମାନା ସଂଗ୍ରହ କରାଯାଇଥିଲା। ଜିଏସ୍‌ଟି କମିଶନର ଜିଏସ୍‌ଟି ଠକେଇ ଓ ବେଆଇନ ସୁନା ଅଳଙ୍କାର କାରବାର ଉପରେ ନଜର ରଖିତ୍ବା ପାଇଁ ଏନଫୋର୍ସମେଣ୍ଟ ୟୁନିଟ୍‌କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri